ଓଡିଶା

ମଠକରଗୋଳା କଲେଜର ବାର୍ଷିକ ଉତ୍ସବ

(ମହାଭାରତ, କାମାକ୍ଷାନଗର): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପଖଣ୍ଡ ମଠକରଗୋଳା କଲେଜର ୩୩ ତମ ବାର୍ଷିକ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଖଣି, ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ଏକ ସଭାର ଆୟୋଜନ ହୋଇଥିଲା । ଡ଼ା. କୈ÷ଳାଶ ଚନ୍ଦ୍ର ଦାଶ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ । ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ, ଜିଲ୍ଲା ପରିଷଦ ସଭ୍ୟ ପ୍ରବୋଧ ଦାସ, ମଠକରଗୋଳା ସରପଞ୍ଚ ସୁନେଲି ନାଏକ ଆଦି କାର୍ଯ୍ୟକ୍ରମରେ ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇଥିଲେ । କଲେଜର ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା କୃତୀ ପ୍ରତିଯୋଗିଙ୍କୁ ଏହି ଅବସରରେ ପୁରସ୍କାର ପ୍ରଦାନ କରାଯାଇଥିଲା । ଛାତ୍ରଛାତ୍ରୀଙ୍କ ସମେତ କଲେଜର ଅଧ୍ୟାପକ ଓ ଅଧ୍ୟାପିକାମାନେ ବାର୍ଷିକ ଉତ୍ସବ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମର ପରିବେଶଣ କରିଥିଲେ ।

Related posts

ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ସ୍ୱାସ୍ଥ୍ୟ ବିଭାଗର ବଡ଼ ଅଫିସର 

mahabharatanews

ଖୋର୍ଦ୍ଧା – ବଲାଙ୍ଗୀର ରେଳ ପ୍ରକଳ୍ପ

mahabharatanews

ଧରା ପଡିଲେ ୫ ନକଲି ଶିକ୍ଷକ

mahabharatanews