ଓଡିଶା

୮୦ଟି ପରୀକ୍ଷା କେନ୍ଦ୍ରରେ ଚାଲିଛି ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା

(ଭୁବନେଶ୍ୱର) : ୩ରୁ ଆରମ୍ଭ ହେଇଛି ମାଧ୍ୟମିକ ଶିକ୍ଷା ପରିଷଦ(‌ବୋର୍ଡ) ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା। ସକାଳ ୯ଟାରୁ ୧୧ଟା ମାଟ୍ରିକ୍ ସପ୍ଲିମେଣ୍ଟାରି ଓ  ତାପରେ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହା ଜୁଲାଇ ୩ତାରିଖରୁ ଜୁଲାଇ ୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ୮୦ଟି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେଉଛି।

ସୂଚନାନୁଯାୟୀ, ଉଭୟ ସପ୍ଲିମେଣ୍ଟାରି ଓ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡ ବୋର୍ଡ ୱେବ୍‌ସାଇଟ୍ www.bseodisha.ac.in ରେ ଉପଲବ୍ଧ ହୋଇଛି। ବିଦ୍ୟାଳୟର ମୁଖ୍ୟମାନେ ନିଜ ନିଜ ଛାତ୍ରଛାତ୍ରୀଙ୍କ ଆଡ୍‌ମିଟ୍ କାର୍ଡକୁ ଡାଉନ୍‌ଲୋଡ୍‌ କରି ପରୀକ୍ଷାର୍ଥୀଙ୍କୁ ପ୍ରଦାନ କରିସାରିଛନ୍ତି।

Related posts

୨୩ରୁ ବଢିବ ବର୍ଷାର ପରିମାଣ 

mahabharatanews

ମୃତ୍ୟୁ ସାଙ୍ଗରେ ସଂଗ୍ରାମ କରୁଛନ୍ତି ମନ୍ଦିର ପୂଜକ

mahabharatanews

ଗାଙ୍ଗପୁର ଆଇଆଇସି ମୃତ୍ୟୁ ଘଟଣା: ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ସତ୍ୟ

mahabharatanews