ଓଡିଶା

 ଆଜିଠୁ ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା

(ଭୁବନେଶ୍ୱର) : ଆଜିଠାରୁ ଆରମ୍ଭ ହେଉଛି ମାଧ୍ୟମିକ ଶିକ୍ଷା ପରିଷଦ(‌ବୋର୍ଡ) ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା। ସକାଳ ୯ଟାରୁ ୧୧ଟା ମାଟ୍ରିକ୍ ସପ୍ଲିମେଣ୍ଟାରି ଓ  ତାପରେ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହା ଜୁଲାଇ ୩ତାରିଖରୁ ଜୁଲାଇ ୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ୮୦ଟି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେଉଛି।

ସୂଚନାନୁଯାୟୀ, ଉଭୟ ସପ୍ଲିମେଣ୍ଟାରି ଓ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡ ବୋର୍ଡ ୱେବ୍‌ସାଇଟ୍ www.bseodisha.ac.in ରେ ଉପଲବ୍ଧ ହୋଇଛି। ବିଦ୍ୟାଳୟର ମୁଖ୍ୟମାନେ ନିଜ ନିଜ ଛାତ୍ରଛାତ୍ରୀଙ୍କ ଆଡ୍‌ମିଟ୍ କାର୍ଡକୁ ଡାଉନ୍‌ଲୋଡ୍‌ କରି ପରୀକ୍ଷାର୍ଥୀଙ୍କୁ ପ୍ରଦାନ କରିସାରିଛନ୍ତି।

Related posts

ବଢିଲା LPG ସିଲିଣ୍ଡର୍ ବୁକିଂ ଅବଧି

mahabharatanews

ଉଦଳା ସହରାଞ୍ଚଳରେ ଲକଡାଉନ କଡାକଡି

mahabharatanews

ଅଗଷ୍ଟ ୨୧ରୁ +୨ ନାମ ଲେଖା ପାଇଁ ଆବେଦନ ଆରମ୍ଭ

mahabharatanews