ଓଡିଶାପାଣିପାଗ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଢିବ ବର୍ଷାର ପରିମାଣ

ଭୁବନେଶ୍ବର:  ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ସୁନ୍ଦରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲିଠୁ ବର୍ଷାର ପରିମାଣ ଧିରେ ଧିରେ କମିବା ସହ ୧୩ ତାରିଖରୁ ପୁଣି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଦିନ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।  ୧୪ ଓ ୧୫ ତାରିଖରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା କରି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସଆରସିଙ୍କ ପକ୍ଷରୁ ମଧ୍ୟ ସତର୍କ ସୂଚନା ଜାରି କରାଯିବା ସହ ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି ।

 

Related posts

ପଦ୍ମପୁର ଉପ ନିର୍ବାଚନ ନେଇ ଆଜି ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି

mahabharatanews

ରାଜ୍ୟରେ ଆଉ ଦୁଇ ଦିନ ତାତି ଜାରି ରହିବ  

mahabharatanews

ଆଜି ଓଢଣ ଷଷ୍ଠୀ ନୀତି; ମହାପ୍ରଭୁ ପିନ୍ଧିବେ ଶୀତବସ୍ତ୍ର 

mahabharatanews

Leave a Comment