ଓଡିଶା

ଓଡିଶା ଦିବସ ପାଳନ ନିମନ୍ତେ ବୈଠକ

(ଭୁବନେଶ୍ୱର) :  ଚଳିତ ବର୍ଷ ଓଡ଼ିଶା ଦିବସ ରାଜ୍ୟ, ଜିଲ୍ଲା ଓ ଉପଖଣ୍ଡ ସ୍ତରରେ ପାଳନ କରିବା ନିମନ୍ତେ ନିଷ୍ପତ୍ତି ଗ୍ରହଣ ଗ୍ରହଣ କରାଯାଇଛି । ଆଦର୍ଶ ଆଚରଣ ବିଧି ପାଳନ ପୂର୍ବକ ଏହି ଦିବସ ପାଳନ ନିମନ୍ତେ ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ମାଧ୍ୟମରେ ଏକ ବୈଠକ ଅନୁଷ୍ଠିତ ହୋଇଛି।

ସୂଚନାନୁଯାୟୀ , ଚଳିତ ବର୍ଷ ସାଧାରଣ ନିର୍ବାଚନ-୨୦୨୪ ପରିପ୍ରେକ୍ଷୀରେ ଭାରତୀୟ ନିର୍ବାଚନ କମିଶନଙ୍କ ଦ୍ୱାରା ଲାଗୁ କରାଯାଇଥିବା ଆଦର୍ଶ ଆଚରଣ ବିଧି ମୁତାବକ ଓଡ଼ିଶା ଦିବସ ପାଳନର ରୂପରେଖ ସମ୍ପର୍କରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ପ୍ରାରମ୍ଭିକ ସୂଚନା ଦେଇଥିଲେ । ପ୍ରମୁଖ ଶାସନ ସଚିବ ନିର୍ବାଚନ ଆଚରଣ ବିଧି ପାଳନ ପୂର୍ବକ ଜିଲ୍ଲା ଓ ଉପଖଣ୍ଡ ସ୍ତରରେ ଓଡ଼ିଶା ଦିବସକୁ ସଠିକ୍ ମର୍ଯ୍ୟାଦାର ସହ ପାଳନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଲାଜୀଙ୍କ ଦେହାନ୍ତ ଓଡ଼ିଶା ଦିବସ ପାଳନ ଅବସରରେ ଜିଲ୍ଲାରେ ଥିବା ସମସ୍ତ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବ । ରେକର୍ଡ ମାଧ୍ୟମରେ କେବଳ ଓଡ଼ିଆ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇ ପ୍ରାତଃ ସମୟରେ ପ୍ରଭାତ ଫେରି ଅନୁଷ୍ଠିତ ହେବ । ଜିଲ୍ଲାପାଳଙ୍କ ସମେତ ଜିଲ୍ଲାର ବରିଷ୍ଠ ଅଧିକାରୀ, ଶିକ୍ଷାବିତ୍, ବୁଦ୍ଧିଜୀବୀ ଆଦିଙ୍କୁ ସାମିଲ କରି ଓଡ଼ିଶା ଦିବସ ପାଳନର ତାତ୍ପର୍ଯ୍ୟ ଏବଂ ବରପୁତ୍ରମାନଙ୍କର ଅବଦାନ ସମ୍ପର୍କରେ ଏକ ସାଧାରଣ ସଭା ଆୟୋଜନ କରାଯିବ ।

Related posts

କେମିତି ମଲା ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ରୋଷେଇଆ ଲଳିତ ସାହୁ ? ରାତି ଅଧିଆ ପୋଷ୍ଟ ମର୍ଟମ ନେଇ ଉଠିଲା ପ୍ରଶ୍ନ

mahabharatanews

ଓମିକ୍ରନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି

mahabharatanews

ଚିଲିକାରେ ଡଙ୍ଗା ବୁଡ଼ି ନିଖୋଜ ଘଟଣା: ମିଳିଲା ରାଜକିଶୋରଙ୍କ ମୃତ ଦେହ

mahabharatanews