(ଭୁବନେଶ୍ୱର) : ଦ୍ଵିତୀୟ ଦିନରେ ଆନ୍ତର୍ଜାତିକ ମିଲେଟ୍ ସମ୍ମିଳନୀ । ସ୍ଥାନୀୟ ଜନତା ମୈଦାନରେ ଆସନ୍ତା ନଭେମ୍ବର ୯ ଓ ୧୦ତାରିଖରେ ଅନୁଷ୍ଠିତ ହେଉଛି ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ । ମିଲେଟ୍ କୁ ସାରା ବିଶ୍ୱ ତଥା ଦେଶରେ ଲୋକପ୍ରିୟ କରିବା ପାଇଁ ଅର୍ଥାତ ମିଲେଟ୍ ମିଶନକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ପାଇଁ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଦୁଇ ଦିନିଆ ଆନ୍ତର୍ଜାତିକ ମିଲେଟ୍ ସମ୍ମିଳନୀ ଆୟୋଜନ କରୁଛି ।
ସୂଚନାନୁଯାୟୀ , ସମ୍ମିଳନୀର ବିଷୟବସ୍ତୁ ରହିଛି ଆଧୁନିକ ଯୁଗର ଆହ୍ୱାନ ନିମନ୍ତେ ପ୍ରାଚୀନ ଶସ୍ୟ ମିଲେଟସ୍ । ଏ ନେଇ ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜନ ହେଉଛି ବିରାଟ କାର୍ଯ୍ୟକ୍ରମ । ପୂରାଦେଶ ପାଇଁ ସମ୍ମିଳନୀରେ ମିଲେଟ୍ ପଲିସି ରୋଡମ୍ୟାପ୍ ପ୍ରସ୍ତୁତ ହେବ । ମାଣ୍ଡିଆ ଚାଷୀଙ୍କୁ ସ୍ୱତନ୍ତ୍ର ପ୍ରୋତ୍ସାହନ ସହ ଘରେ ଘରେ ମିଲେଟ୍ ବ୍ୟବହାର ବୃଦ୍ଧି ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଲକ୍ଷ୍ୟ ରଖିଛି । ଦୁଇଦିନିଆ ଆନ୍ତର୍ଜାତିକ ସମ୍ମିଳନୀରେ ରାଉଣ୍ଡ ଟେବୁଲ ବୈଠକ, ବିଟୁ ବି ମିଟିଂ, ଖାଦ୍ୟ ମହୋତ୍ସବ, ମିଲେଟ୍ ଉପରେ କୁଇଜ ଓ ରନ୍ଧନ ପ୍ରତିଯୋଗିତା ହେବ । ମାଣ୍ଡିଆ ବା ମିଲେଟ୍ ଜାତୀୟ ଖାଦ୍ୟ ସଶ୍ୟର ଘରୋଇ ବ୍ୟବହାର ବୃଦ୍ଧି, ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ମିଲେଟ୍ ଖାଦ୍ୟ ସଂସ୍କୃତିର ପୁନରୁଦ୍ଧାର, ଜମିର ବିହନ ପ୍ରଣାଳୀ ମାଧ୍ୟମରେ ବାଜରା ଜମିର ସଂରକ୍ଷଣ ଏବଂ ପ୍ରୋତ୍ସାହନ ଦେବା ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ । ମାଣ୍ଡିଆ ଉତ୍ପାଦନ କ୍ଷେତ୍ରରେ ସଦ୍ୟତମ ଗବେଷଣା, ଚାଷ ଅଭ୍ୟାସ, ମୂଲ୍ୟଯୁକ୍ତ ଉତ୍ପାଦନ ପ୍ରତି ଧ୍ୟାନ ଦେବା ଏହାର ପ୍ରମୁଖ ଉଦ୍ଦେଶ୍ୟ ରହିଛି ।