ଓଡିଶା

ହସ୍ପିଟାଲ କ୍ୟାଣ୍ଟିନ ଓ ୱାଓ ମୋମୋରେ ସ୍ଥାନ ପାଇବ ମାଣ୍ଡିଆ

(ଭୁବନେଶ୍ୱର) : ହସ୍ପିଟାଲ କ୍ୟାଣ୍ଟିନ ଓ ୱାଓ ମୋମୋରେ ମିଳିବ ମାଣ୍ଡିଆ । ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ରାଜ୍ୟର କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ ।  ଭୁବନେଶ୍ୱରର ଜନତା ମଇଦାନରେ ଆଜି ଠାରୁ ଦୁଇଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଶୁଭାରମ୍ଭ କରିଛନ୍ତି । ଏହି ସମ୍ମିଳନୀରେ ପୁଷ୍ଟିଶସ୍ୟ ସମ୍ପର୍କିତ ଭିନ୍ନ ଭିନ୍ନ ଅଧିବେଶନ ଅନୁଷ୍ଠିତ ହେବ । ଏହି ଅନ୍ତର୍ଜାତୀୟ ସମ୍ମିଳନୀର ବିଷୟବସ୍ତୁ ରହିଛି ‘ଆଧୁନିକ ଯୁଗର ଆହ୍ୱାନ ନିମନ୍ତେ ପ୍ରାଚୀନ ଶସ୍ୟ-ମିଲେଟସ୍’ । ଏହି ସମ୍ମିଳନୀରେ ମିଲେଟ୍ ଚାଷ, ପ୍ରକ୍ରିୟାକରଣରେ କୃଷକମାନଙ୍କର ସଂପୃକ୍ତିରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ, ବୈଷୟିକ ଅଧିବେଶନ, ଅନ୍ତର୍ଜାତୀୟ ଖାଦ୍ୟମେଳା, କୁଇଜ୍ ପ୍ରତିଯୋଗିତା, ରନ୍ଧନ ପ୍ରତିଯୋଗିତା ଆଦି କାର୍ଯ୍ୟକ୍ରମ ହେବ ।

ସୂଚନାନୁଯାୟୀ , ଗତ ବର୍ଷ ୬ଲକ୍ଷ ମେଟ୍ରିକ ଟନ୍ ମିଲେଟ୍ ସଂଗ୍ରହ କରାଯାଇଛି । ରାଜ୍ୟର ୩୦ ଜିଲ୍ଲାର ୧୭୭ ବ୍ଲକରେ ଏଥର ମିଲେଟ୍ ଚାଷ ହେଇଛି । ଅନ୍ୟପଟେ ରାଜ୍ୟରେ ଅଢେଇ ଲକ୍ଷ ହେକ୍ଟର ଜାଗାରେ ରାଗି ଚାଷ ହେଇଛି । ଆଉ ଦୁଇ ଲକ୍ଷ ଚାଷୀ ଏଥିରେ ଯୋଡି ହୋଇଛନ୍ତି ବୋଲି କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି । ଅନ୍ୟପଟେ ଏହି କାର୍ଯ୍ୟକ୍ରମରେ ଇଣ୍ଟରନ୍ୟାସନାଲ ଫଣ୍ଡ ଫର ଏଗ୍ରିକଲଚରାଲ ଡେଭଲମେଣ୍ଟ, ଆଫ୍ରିକୀୟ ଓ ୟୁରୋପୀୟ ଦେଶର କୃଷି ପରାମର୍ଶଦାତା ସାମିଲ ହେବେ।

Related posts

ବିଶୁଦ୍ଧ ପିଇବା ପାଣି ପାଇଁ ଡହଳ ବିକଳ ଛାଞ୍ଚ ଗ୍ରାମବାସୀ

mahabharatanews

ଗ୍ରୀଡକୋ କୁ ବକେୟା ବିଲ୍ ପ୍ରଦାନ ନେଇ କହିଲେ ଉପମୁଖ୍ୟମନ୍ତ୍ରୀ

mahabharatanews

ଆହୁରି ୨ଦିନ ବର୍ଷା ସମ୍ଭାବନା; ୱାର୍ଣ୍ଣିଂ ଜାରି   

mahabharatanews