ଇସ୍ତଫା ଦେଇଥିବା ଦୁଇ ମନ୍ତ୍ରୀଙ୍କ ଅତିରିକ୍ତ ଦାୟିତ୍ୱରେ ରାଜସ୍ୱମନ୍ତ୍ରୀ ପ୍ରମିଳା ମଲ୍ଲିକ । ଇସ୍ତଫା ଦେଇଥିବା ଦୁଇ ମନ୍ତ୍ରୀଙ୍କ ଦାୟିତ୍ୱରେ ପ୍ରମିଳା ।ରାଜସ୍ୱମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଆଉ ଦୁଇ ବିଭାଗର ଦାୟିତ୍ୱ ।ଶୁକ୍ରବାର ଗଣଶିକ୍ଷା ମନ୍ତ୍ରୀ ଓ ଶ୍ରମମନ୍ତ୍ରୀ ଦେଇଥିଲେ ଇସ୍ତଫା ।ଇସ୍ତଫା ପରେ ଖାଲିପଡିଛି ମନ୍ତ୍ରୀ ପଦ ।ଇସ୍ତଫା ଦେଇଥିବା ଦୁଇ ମନ୍ତ୍ରୀଙ୍କ ଅତିରିକ୍ତ ଦାୟିତ୍ୱରେ ରହିବେ ରାଜସ୍ୱମନ୍ତ୍ରୀ ପ୍ରମିଳା ମଲ୍ଲିକ ।
ଦୁଇ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ପରେ ରାଜ୍ୟ ମନ୍ତ୍ରିମଣ୍ଡଳରେ ଅଦଳ ବଦଳ ଏକପ୍ରକାର ସ୍ପଷ୍ଟ ହୋଇଛି। ଉଭୟ ମନ୍ତ୍ରୀ ନବୀନ ସରକାରରେ ବିବାଦୀୟ ଥିଲେ । ପୁରୀ ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ମୃତ୍ୟୁ ମାମଲାରେ ସମୀର ଦାସଙ୍କ ଉପରଙ୍କୁ ଆଙ୍ଗୁଳି ଉଠିଥିଲା । ସେହିଭଳି ନିକଟରେ ପୁରୀ ଜିଲ୍ଲା ପରିଷଦ ଜୋନ୍ ନିର୍ବାଚନରେ ମଧ୍ୟ ବିଜେଡି ପ୍ରାର୍ଥୀଙ୍କ ପରାଜୟ ପରେ ସମୀରଙ୍କ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିଥିଲା ।
ସେହିପରି ଦୁଇ ମନ୍ତ୍ରୀଙ୍କ ପୂର୍ବରୁ ବିକ୍ରମ ଆରୁଖ ବିଧାନସଭାର ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ପାଇଁ ସେ ପଦବୀରୁ ଇସ୍ତଫା ଦେଇଥିବା କହିଛନ୍ତି । ସେ ଉପବାଚସ୍ପତି ରଜନୀକାନ୍ତ ସିଂଙ୍କ ନିକଟକୁ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି ।
previous post
next post
