ଓଡିଶା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ ଭାଇଙ୍କର ଦେହାନ୍ତ…

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ ଭାଇଙ୍କର ଦେହାନ୍ତ ଘଟିଛି । ଛାତିରେ ଯନ୍ତ୍ରଣା ହେବାରୁ ମେଡିକାଲ ଯାଇଥିଲେ । କ୍ୟାପିଟାଲ୍ ହସ୍ପିଟାଲରେ ମୃତ ଘୋଷଣା କଲେ ଡାକ୍ତର । ପ୍ରାଥମିକ ସୂଚନା ଅନୁଯାୟୀ ହୃଦଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ବଡ଼ବାପାଙ୍କ ପୁଅ ଭାଇ ଦୀନବନ୍ଧୁ ମାଝୀ ଲୋୟର ପିଏମଜିରେ ଥିବା ସରକାରୀ ବାସଭନରେ ରହୁଥିଲେ। ବିଳମ୍ବିତ ରାତିରେ ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ ହୋଇଥିଲା । ତା’ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

Related posts

ହାତୀ ଆକ୍ରମଣରେ ଯୁବକ ଗୁରୁତର

mahabharatanews

କେନ୍ଦ୍ରାପଡା ଲୋକସେବା କ୍ଷେତ୍ରରେ ମେଗା ସ୍ୱାସ୍ଥ୍ୟମେଳା

mahabharatanews

ସମ୍ବଲପୁରରେ ୧୫୫୩ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ

mahabharatanews