ଓଡିଶା

ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର: ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ପ୍ରବେଶ କରିଛି ମୌସୁମୀ ବାୟୁ । ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅନ୍ୟପଟେ ତାତିରୁ ମୁକ୍ତି ଦେବାକୁ ମୌସୁମୀ ପୂର୍ବରୁ ଆଉ ଏକ ଲଘୁଚାପ ଆସୁଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୯ ତାରିଖ ସୁଦ୍ଧା ଏହି ଲଘୁଚାପ ସୃଷ୍ଟି ହେବାର ଆକଳନ କରାଯାଇଛି । ଏହା ଦିନେ କିମ୍ବା ୨ଦିନ ମଧ୍ୟରେ ଆଣ୍ଡାମାନ ସାଗର ଅଂଚଳକୁ ପ୍ରବେଶ କରିବ । ତାପରେ ରୁପରେଖ ଏବଂ ପରବର୍ତି ପ୍ରଭାବ ସମ୍ପର୍କରେ ଜଣାପଡ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । କିନ୍ତୁ ଏହା ଅଧିକ ଘନୀଭୁତ ହୋଇନପାରେ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ସୂଚନା ଦେଇଛନ୍ତି । ଏସବୁ ଭିତରେ ଆସନ୍ତାକାଲି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ବର୍ଷା ସମ୍ଭାବନା ଥିବା ସୂଚନା ରହିଛି ।

Related posts

୨୫୦ରୁ ଉଦ୍ଧ୍ୱର୍ ନକ୍ସଲ ସମର୍ଥକଙ୍କ ଆତ୍ମସମର୍ପଣ

mahabharatanews

ପଟାଙ୍ଗିରେ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

mahabharatanews

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ଅରିନ୍ଦମ ଡାକୁଆ, ଅନୁପମ ଶାହା ଅତିରିକ୍ତ ସଚିବ

mahabharatanews