(ଭୁବନେଶ୍ୱର) : ଏବେ ସକ୍ରିୟ ହୋଇଛି ଦୁର୍ବଳ ମୌସୁମୀ । ରାଜଧାନୀ ଭୁବନେଶ୍ବର ସମେତ ଉପକୂଳ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି । ତେବେ ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୯.୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେପଟେ ଆଜି ଅପରାହ୍ନ ୨ଟା ପର୍ଯ୍ୟନ୍ତ ଭୁବନେଶ୍ବର ପାଇଁ ବର୍ଷା ସତର୍କତା ଜାରି ହୋଇଥିଲା । ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ହେତୁ ଭୁବନେଶ୍ୱରରେ ଜଳମୟ ପରିସ୍ଥିତି ଦେଖିବାକୁ ମିଳିଛି
ସୂଚନାନୁଯାୟୀ , ସେପଟେ ଆଜି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରିଛି ପାଣିପାଗ କେନ୍ଦ୍ର ।