ଓଡିଶା

ରାଜ୍ୟର ସବୁ ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି…

ସାରା ଓଡ଼ିଶାକୁ ଛୁଇଁଲା ମୌସୁମୀ। ରାଜ୍ୟର ସବୁ ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ଟ୍ୱିନ୍ ସିଟି ପାଇଁ ମଧ୍ୟ ଆଲର୍ଟ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଆଜି ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଆଗକୁ ବଢ଼ିବ ବର୍ଷାର ପରିମାଣ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ଅଗ୍ରସର ହେଉଥିବା ବେଳେ, ଏହା ଅନୁକୂଳ ପରିସ୍ଥିତି ସୃଷ୍ଟି କରିବ ବୋଲି କହିଛି ପାଣିପାଗ କେନ୍ଦ୍ର ।

Related posts

ଟଙ୍କା ମାଗିବାରୁ ସ୍ତ୍ରୀକୁ ସ୍ୱାମୀଙ୍କ ମରଣାନ୍ତକ ଆକ୍ରମଣ

mahabharatanews

ସମ୍ଭାବ୍ୟ ବାତ୍ୟା ନେଇ ଏସଆରସିଙ୍କ ପ୍ରେସମିଟ୍

mahabharatanews

ବିଏମସି ପକ୍ଷରୁ ଭିକାରୀ ଥଇଥାନ କାର୍ଯ୍ୟ ଆରମ୍ଭ

mahabharatanews