ଓଡିଶା

ଦୁଇ ତିନି ଦିନ ମଧ୍ୟରେ ଓଡିଶା ଛୁଇଁବ ମୌସୁମୀ ବାୟୁ

ଭୁବନେଶ୍ବର:  ଜୁନ ୧୦ ତାରିଖ ପୂର୍ବରୁ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ । ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ଛୁଇଁବ ଓଡ଼ିଶା। ଓଡ଼ିଶା ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି। ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟରେ ମୌସୁମୀ ବାୟୁ ଛୁଇଁବା ନେଇ ସମ୍ଭାବନା ଥିବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଏନେଇ ପାଗ ଅନୁକୁଳ ଥିବା ସେ କହିଛନ୍ତି । ମୌସୁମୀ ଛୁଇଁବା ପୂର୍ବରୁ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ହେବ।  ବଜ୍ରପାତ ନେଇ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳରେ ପ୍ରବଳ ବର୍ଷା ହେବ।

Related posts

ବିଶ୍ୱପ୍ରସିଦ୍ଧ ରଥଯାତ୍ରା : ଆଉ ମାତ୍ର ୨୦ଦିନ 

mahabharatanews

୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ; ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ପଦବୀ ପୂରଣ ହେବ

mahabharatanews

୧୮ରୁ ୨୦ ପର୍ଯ୍ୟନ୍ତ ଜାରି ରହିବ ଲଘୁଚାପ ଜନିତ ବର୍ଷା

mahabharatanews