ଓଡିଶାପାଣିପାଗ

ଘୂର୍ଣ୍ଣିବଳୟ ପ୍ରଭାବରେ ଆହୁରି ୩ ଦିନ ବର୍ଷିବ

ଭୁବନେଶ୍ବର:ପୂର୍ବ ମଧ୍ୟପ୍ରଦେଶ ଓ ଛତିଶଗଡ଼ ନିକଟରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆହୁରି ୩ ଦିନ ବର୍ଷିବ । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ସେହିପରି ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର ଏବଂ କଳାହାଣ୍ଡିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହୋଇପାରେ।ତେବେ ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ ଏବଂ ନୟାଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।ଜୁଲାଇ ୨୭ ପର୍ଯ୍ୟନ୍ତ ଓଡିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ।

Related posts

ଆଜି ଛାଡଖାଇ, ଭିଡ଼ ଅସମ୍ଭାଳ

mahabharatanews

ଫେରିଥିବା ଦାଦନଙ୍କ ନାମ ପଞ୍ଜିକରଣ

mahabharatanews

ଜୁନାଗଡ଼ ଆରଏମସି ଠାରେ ଭାଜପା ପକ୍ଷରୁ ସର୍ଦ୍ଧାର ପଟେଲଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ପାଳନ

mahabharatanews