ନୀଳଗିରି: ବାଲେଶ୍ୱର ଜିଲ୍ଲାରେ ଘଟିଯାଇଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ରାସ୍ତାରେ ଯାଉଥିବା ସମୟରେ ଟ୍ରକ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଓଉପଦା ବ୍ଲକ କମ୍ଭାରପାଳ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି ଯେଉଁଥିରେ ମା ଓ ପୁଅ ଦୁଇ ଜଣ ପ୍ରାଣ ହରାଇଛନ୍ତି । ରାସ୍ତାରେ ଯାଉଥିବା ସମୟରେ ଗୋଟିଏ ଚଢିଯିବାରୁ ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ଘଟିଛି । ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।
previous post