ଓଡିଶା

ମାର୍ଚ୍ଚ ୨୪ରେ ହେବ ପୌର ନିର୍ବାଚନ

ଭୁବନେଶ୍ୱର: ଆଜି ପୌର ନିର୍ବାଚନ ନେଇ ତାରିଖ ଘୋଷଣା ହୋଇଛି। ମାର୍ଚ୍ଚ ୨୪ରେ ପୌର ନିର୍ବାଚନ ହେବା ନେଇ ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ  ଘୋଷଣା କରାଯାଇଛି। ୨୬ ତାରିଖରେ ଭୋଟ ଗଣତି ହେବ। ଏଥିଲାଗି ଆଜିଠାରୁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହେଲା ବୋଲି ରାଜ୍ୟ ନିର୍ବାଚନ କମିସନ ଆଦିତ୍ୟ ପ୍ରସାଦ ପାଢ଼ୀ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି।

ଏନେଇ ଆଗାମୀ ୨୮ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ମାର୍ଚ୍ଚ ୨ରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ମନୋନୟନ ପତ୍ର ଦାଖଲ କରିପାରିବେ। ଠିକ୍ ସେହିପରି ମାର୍ଚ୍ଚ ୯ ତାରିଖରେ ନାମାଙ୍କନପତ୍ର ଯାଞ୍ଚ, ୧୪ ସୁଦ୍ଧା ପ୍ରତ୍ୟାହାର କରାଯାଇପାରିବ । ତେବେ ପୁରୀରେ ପୌର ନିର୍ବାଚନ ହେବ ନାହିଁ। ଏଣେ ଏପ୍ରିଲ ୭ରେ ପୌର ଉପାଧ୍ୟକ୍ଷ ଓ ୮ରେ ଡେପୁଟି ମେୟର ନିର୍ବାଚନ ହେବ ବୋଲି ସୂଚନା ରହିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟର ୧୦୬ଟି ପୌରସଂସ୍ଥା ଓ ୩ଟି ମହାନଗର ନିଗମର ମୋଟ ୪୫୮୪ଟି ବୁଥ୍ରେ ଇଭିଏମ୍ ମାଧ୍ୟମରେ ଭୋଟ ଗ୍ରହଣ କରାଯିବ। ଚଳିତ ନିର୍ବାଚନରେ ପ୍ରଥମ ଥର ପାଇଁ ପୌରସଂସ୍ଥା ନିର୍ବାଚନରେ ନୋଟା ବ୍ୟବହାର ହେବ। ବାଲାଟ୍ ପେପରର ସବାଶେଷରେ ନୋଟା ବଟନ୍ ରହିବ। ନିର୍ବାଚନ ମଇଦାନରେ ଭୋଟରଙ୍କ ମନପସନ୍ଦର ପ୍ରାର୍ଥୀ ନଥିଲେ ଭୋଟରମାନେ ନୋଟା ବ୍ୟବହାର କରିପାରିବେ।

Related posts

କୋଭିଡ ବିପଦ ଦୂର ହୋଇନାହିଁ: ମୁଖ୍ୟମନ୍ତ୍ରୀ

mahabharatanews

ଓଡିଶା ଆସିବେ ଆସିଆନର ଏକ ପ୍ରତିନିଧି ଦଳ

mahabharatanews

ଗୋଟିଏ ମଣ୍ଡପରେ ତିନି ବେଶରେ ଗଣେଶ

mahabharatanews