ଓଡିଶା

୫ଟି  ଟିଚିଂ ହସ୍‌ପିଟାଲ ଉଦଘାଟିତ

(ଭୁବନେଶ୍ୱର) :  ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବା ପାଇଁ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡିକରେ ଟିଚିଂ ହସ୍‌ପିଟାଲର ଶୁଭ ଉଦ୍‌ଘାଟନ କରିବା ସହିତ ୪ଟି ମେଡିକାଲ କଲେଜର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ବିଶ୍ୱ ସ୍ତରୀୟ କରିବା ପାଇଁ ଭିତ୍ତି ରଖିଛନ୍ତି ।

ସୂଚନାନୁଯାୟୀ , ବଲାଙ୍ଗିରରେ ୬୫୦ ଶଯ୍ୟା ବିଶିଷ୍ଟ ଭୀମଭୋଇ ମେଡିକାଲ କଲେଜ୍ ଏବଂ ହସ୍‌ପିଟାଲ, ବାରିପଦାରେ ୬୫୦ ଶଯ୍ୟା ବିଶିଷ୍ଟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ ଏବଂ ହସ୍‌ପିଟାଲ, ସୁନ୍ଦରଗଡରେ ୫୦୦ ଶଯ୍ୟା ବିଶିଷ୍ଟ ସରକାରୀ ମେଡିକାଲ୍‌ କଲେଜ୍‌ ଏବଂ ହସ୍‌ପିଟାଲ, କେନ୍ଦୁଝରରେ ୫୦୦ ଶଯ୍ୟା ବିଶିଷ୍ଟ ଧରଣୀ ଧର ମେଡିକାଲ୍‌ କଲେଜ୍‌ ଏବଂ ହସ୍‌ପିଟାଲ ଓ ବାଲେଶ୍ୱରରେ ୬୫୦ ଶଯ୍ୟା ବିଶିଷ୍ଟ ଫକୀର ମୋହନ ମେଡିକାଲ୍‌ କଲେଜ୍‌ ଏବଂ ହସ୍‌ପିଟାଲ । ଏଥି ସହିତ କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କ୍ୟାନସର ଗବେଷଣା ପ୍ରତିଷ୍ଠାନ, ବ୍ରହ୍ମପୁରରେ ଏମ୍‌.କେ.ସି.ଜି.ମେଡିକାଲ କଲେଜ ଏବଂ ହସ୍‌ପିଟାଲ, ରାଉରକେଲା ସରକାରୀ ହସ୍‌ପିଟାଲ ଏବଂ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ମେଡିକାଲ ଓ ଗବେଷଣା ପ୍ରତିଷ୍ଠାନକୁ ବିଶ୍ୱ ସ୍ତରୀୟ ଭିତ୍ତିଭୂମି ଯୋଗାଇଦେବା ପାଇଁ ଭିତ୍ତି ପ୍ରସ୍ତର ରଖାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ‘ସୁସ୍ଥ ଓଡିଶା ସୁଖୀ ଓଡିଶା’ ଗଠନ ଦିଗରେ ଏଗୁଡିକ ହେଉଛି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।

Related posts

ବାରକୋଟ ବ୍ଲକ କଦପଡ଼ା ସୋସାଇଟିର ପେକ୍ସ ସମ୍ପାଦକ ରାଉରକେଲା ଭିଜିଲାନ୍ସ ଦ୍ୱାରା ଗିରଫ

mahabharatanews

ପଞ୍ଚାୟତ ସ୍ତରୀୟ ମହିଳା ଗୋଷ୍ଠୀର କର୍ମକର୍ତ୍ତା ନିର୍ବାଚିତ

mahabharatanews

ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ

mahabharatanews