(ଭୁବନେଶ୍ୱର) : ୫-ଟି ସଚିବଙ୍କ ଜିଲ୍ଲା ଗସ୍ତକୁ ନେଇ ବିରୋଧୀମାନେଙ୍କ ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ବିଭିନ୍ନ ଜିଲ୍ଲାରେ କରାଯାଉଥିବା ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ।
ଢେଙ୍କାନାଳ ଗସ୍ତରେ ଥିବା ୫-ଟି ସଚିବ ଭି କେ ପାଣ୍ଡିଆନ୍ ଭିଡିଓ କନ୍ଫରେସନ୍ସିଂ ଜରିଆରେ ଏହି ସମୀକ୍ଷା ବୈଠକରେ ଯୋଡ଼ି ହୋଇଥିଲେ। ସେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ଯେ ଗତ ଦୁଇ ଦିନ ଧରି ସେ ଅନୁଗୁଳ ଜିଲ୍ଲା ଗସ୍ତ କରି ଲୋକଙ୍କ ଅଭିଯୋଗ ଓ ସମସ୍ୟା ସଂପର୍କରେ ତଥ୍ୟ ସଂଗ୍ରହ କରିଛନ୍ତି। ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ବର୍ତ୍ତମାନ ସୁଦ୍ଧା ଲୋକଙ୍କ ଠାରୁ ୧୮ ହଜାର ଯାଚିକା ଗ୍ରହଣ କରାଯାଇଛି।
ସୂଚନାନୁଯାୟୀ , ମୁଖ୍ୟମନ୍ତ୍ରୀ କହିଲେ ଯେ ଜନ ଅଭିଯୋଗ ଶୁଣାଣି ମୋ ପାଇଁ ସବୁଠାରୁ ଅଧିକ ଗୁରୁତ୍ବପୂର୍ଣ୍ଣ। ମୁଁ ଚାହେଁ ଯେ ସବୁ ବିଭାଗ ଓ ଜିଲ୍ଲା ପ୍ରଶାସନ ଲୋକଙ୍କ ଅଭିଯୋଗ, ଅସୁବିଧାକୁ ସମ୍ବେଦନଶୀଳ ହୋଇ ଶୁଣିବା ସହିତ ଶୀଘ୍ର ସମାଧାନ କରିବା ଆବଶ୍ୟକ। ସେଥିପାଇଁ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିବା ପାଇଁ ମୁଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ବିଭିନ୍ନ ଜିଲ୍ଲାକୁ ଯିବା ପାଇଁ ନିର୍ଦ୍ଦେଶ ଦେଇଛି ।