ଭାରତ

ପୁଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ

(ମାଲକାନଗିରି) : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୁଲିସକୁ ମିଳିଛି ପୁଣି ସଫଳତା। ପୁଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ନକ୍ସଲ ଛତ୍ରଭଙ୍ଗ ଦେଇଛନ୍ତି। ସର୍ଚ୍ଚ ଅପେରେସନ ପରେ ସବିଶେଷ ବିବରଣୀ ପ୍ରଦାନ କରାଯିବ ବୋଲି କୁହାଯାଇଛି।

ସୂଚନାନୁଯାୟୀ, ସୁକମା ଏସପି କିରଣ ଚୌହାନଙ୍କ ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲା ପୁଲିସ ଓ ଡିଆରଜି ଯବାନ ଟେଟରାଇ ଟୋଲନଇ ଜଙ୍ଗଳରେ ଚଢ଼ାଉ କରିଥିଲେ। ନକ୍ସଲ ଏବଂ ପୁଲିସ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଗୁଳିବିନିମୟରେ ଜଣେ ନକ୍ସଲ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ପୁଲିସ ଘଟଣାସ୍ଥଳରେ ସର୍ଚ୍ଚ ଅପେରେସନ ଜାରି ରଖିଛି।

Related posts

ଶିମଲାରେ ଭୂସ୍ଖଳନ ,୭୫୨ଟି ରାସ୍ତା ବନ୍ଦ

mahabharatanews

ଲାମାନଙ୍କୁ ସହାୟତା ଯୋଗାଇ ଦେବା ଉଦ୍ଦେଶ୍ୟରେ ସମଗ୍ର ବିଶ୍ୱରୁ ସହାୟତା ଯୋଗାଡ ହେଉଛି

mahabharatanews

ସଡକ ଦୁର୍ଘଟଣାର ଶିକାର ହେଲେ କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ପଟେଲ 

mahabharatanews