ଭୁବନେଶ୍ବର: ଶନିବାର ସକାଳେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ସଂକ୍ରମଣକୁ ନେଇ ତଥ୍ୟ ପ୍ରକାଶ ପାଇଛି । ଏହି ସୂଚନା ମୁତାବକ ରାଜ୍ୟରେ ଆଉ ୧୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂତନ ସଂକ୍ରମିତଙ୍କ ମଧ୍ୟରୁ ୧୫୦ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ୨୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୮୫୬ରେ ପହଞ୍ଚିଛି । ଏଥିମଧ୍ୟରୁ ୧୫୪୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।
ଆଜିର ତଥ୍ୟ ଅନୁଯାୟୀ, ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭ ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ ଜଣ, କଟକ ଜିଲ୍ଲାରୁ ୧୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୦ଜଣ, ଅନୁଗୋଳ ଜିଲ୍ଲାରୁ ୬ ଜଣ, ଭଦ୍ରକ, ରାୟଗଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ଜଣ ଲେଖା, ଜଗତସିଂହପୁର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ, ବରଗଡ, ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖା, ନବରଙ୍ଗପୁର ଓ ଦେବଗଡ ଜିଲ୍ଲାରୁ ଜଣେଲେଖା ରହିଛନ୍ତି ।
previous post
