ଓଡିଶା

ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି 

(ଭୁବନେଶ୍ୱର) : ରାଜ୍ୟର କେତେକ ସ୍ଥାନରେ ଶୀତ ପ୍ରବାହ ଜାରି ରହିଛି।ଉତ୍ତର ଓ ଦକ୍ଷିଣ ଉପକୂଳ ଓଡ଼ିଶା, ଅଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇଛି। ନ ହେଲେ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ସର୍ବନିମ୍ନ ତାପମାତ୍ରାରେ ସେଭଳି କୌଣସି ବିଶେଷ ପରିବର୍ତ୍ତନ ହୋଇନାହିଁ। ଅଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ସ୍ବାଭାବିକଠାରୁ କମ୍‌ ରହିଥିଲା।

ସୂଚନାନୁଯାୟୀ , ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, କୋ‌ରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ପଡ଼ିବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧୬ ତାରିଖ ସକାଳ ସମୟରେ ମଧ୍ୟ କେତେକ ସ୍ଥାନରେ କୁହୁଡ଼ି ପଡ଼ିପାରେ। ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ଭଦ୍ରକରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Related posts

କମିଲା ବ୍ୟବସାୟିକ ସିଲିଣ୍ଡରର ଦର

mahabharatanews

୩୧ ତାରିଖରେ ହଟିବାକୁ ଯାଉଛି କରୋନା କଟକଣା

mahabharatanews

ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ କେନ୍ଦ୍ର ରେଳମନ୍ତ୍ରୀ

mahabharatanews