(ପୁରୀ) : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଜି ବନକ ଲାଗି ନୀତି ଅନୁଷ୍ଠିତ ହେବ । ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ । ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ହେବ ବନକଲାଗି ନୀତି ।
ସୂଚନାନୁଯାୟୀ , ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବା ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତତୁ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତତୁ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବୋ ହିଙ୍ଗୁଳ, ହରିତାଳ, କସ୍ତରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବା ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।