ଭୁବନେଶ୍ୱର: ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଲା। ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହୋଇ ମାର୍ଚ୍ଚ ୩୦ରେ ଶେଷ ହେବ । ୩୧ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବା ସହ ଏପ୍ରିଲ ୩ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରାଯାଇ ପାରିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।
ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ମୃତ୍ୟୁ ପରେ ଅକ୍ଟୋବର ୪ରୁ ପିପିଲି ବିଧାନସଭା ଆସନ ଖାଲି ପଡ଼ିଛି। ସେହି ଆସନ ପାଇଁ ହେଉଛି ଉପନିର୍ବାଚନ । ଏହି ଉପନିର୍ବାଚନରେ ସବୁ ଦଳ ଆରମ୍ଭ କରିଦେଇଛନ୍ତି ପ୍ରସ୍ତୁତି । ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ପରିବାରରୁ କାହାକୁ ପ୍ରାର୍ଥୀ କରିବ ନା ଆଉ କାହାକୁ ବିଜେଡି ପ୍ରାର୍ଥୀ କରିବ, ସେ ନେଇ କିଛି ସ୍ପଷ୍ଟ ହୋଇ ନାହିଁ।
previous post
next post