ଓଡିଶା

ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର: ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଲା। ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହୋଇ ମାର୍ଚ୍ଚ ୩୦ରେ ଶେଷ ହେବ । ୩୧ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବା ସହ ଏପ୍ରିଲ ୩ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରାଯାଇ ପାରିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।
ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ମୃତ୍ୟୁ ପରେ ଅକ୍ଟୋବର ୪ରୁ ପିପିଲି ବିଧାନସଭା ଆସନ ଖାଲି ପଡ଼ିଛି। ସେହି ଆସନ ପାଇଁ ହେଉଛି ଉପନିର୍ବାଚନ । ଏହି ଉପନିର୍ବାଚନରେ ସବୁ ଦଳ ଆରମ୍ଭ କରିଦେଇଛନ୍ତି ପ୍ରସ୍ତୁତି । ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ପରିବାରରୁ କାହାକୁ ପ୍ରାର୍ଥୀ କରିବ ନା ଆଉ କାହାକୁ ବିଜେଡି ପ୍ରାର୍ଥୀ କରିବ, ସେ ନେଇ କିଛି ସ୍ପଷ୍ଟ ହୋଇ ନାହିଁ।

Related posts

ସାଧୁସନ୍ଥଙ୍କ ମେଳରେ ଆରମ୍ଭ ହେବ ଖଣ୍ଡଗିରି କୁମ୍ଭମେଳା

mahabharatanews

କୋଇଲା ବୋଝେଇ ଗାଡି ଜବତ, ୩ ଗିରଫ

mahabharatanews

ମହାଶିବରାତ୍ରିରେ ଅନୁଗୋଳ ଜିଲ୍ଲାର ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ସମାଗମ

mahabharatanews