ଓଡିଶା

ଆଜି ନୂଆଖାଇ ପର୍ବ, ସମଲେଇଶ୍ଵରୀଙ୍କୁ ହେବ ନବାଗ୍ନ ଲାଗି  

 (ସମ୍ବଲପୁର) : ଆଜି ନୂଆଖାଇ ପର୍ବ । ନୂଆଖାଇ ପାଇଁ ପୁରରୁ ପଲ୍ଲୀ ସବୁଠି ଗହଳଚହଳ । ସମସ୍ତେ ନୂଆ ପିନ୍ଧିବେ, ନୂଆ ଖାଇବେ । ଏକାଠି ହୋଇ ଜୁହାର ଭେଟ୍ ହେବେ । ଏଥିପାଇଁ ସବୁ ପ୍ରସ୍ତୁତି ସରିଛି । ସମ୍ବଲପୁରର ଇଷ୍ଟଦେବୀ ମା ସମଲେଶ୍ୱେରିଙ୍କ ପୀଠ ଉତ୍ସବ ମୁଖର । ମନ୍ଦିରରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଲାଣି । ଲୋକେ କାହିଁ ଦେଶ ବିଦେଶରୁ ନିଜ ନିଜ ଘରକୁ ଆସିଲେଣି । ଘରେ ନିଜ ପରିବାର ସହ ମିଶି ପାଳିବେ ନୂଆଖାଇ । ନିଜ ପରିବାର , କୁଟୁମ୍ବଙ୍କ ସହ ମିଶି ପାଳନ ହେବ ନୂଆଖାଇ ।

 

 ସୂଚନାନୁଯାୟୀ,  ଏଥିପାଇଁ ଦୁଇଟି ଜିଲ୍ଲା ପାଇଁ ସ୍ୱତନ୍ତ୍ର ଛୁଟି ଘୋଷଣା କରାଯାଇଛି । ପଶ୍ଚିମ ଓଡ଼ିଶାର ୨ ଜିଲ୍ଲାରେ ଛୁଟି ଘୋଷଣା ହୋଇଛି । ସମ୍ବଲପୁର, ବରଗଡ଼ ଜିଲ୍ଲାରେ ୨୧ ତାରିଖ ଛୁଟି ଘୋଷଣା ହୋଇଛି । ରାଜ୍ୟ ସରକାର ନିଜର କର୍ମଚାରୀଙ୍କ ପାଇଁ ଚଳିତବର୍ଷ ସେପ୍ଟେମ୍ୱର ୨୦ ତାରିଖରେ ନୂଆଖାଇ ପାଇଁ ଗୋଟିଏ ଦିନ ସରକାରୀ ଛୁଟି ଘୋଷଣା କରିଥିଲେ। ଏହି ଘୋଷଣା ପରେ ଦୁଇ ଜିଲ୍ଲାବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।

Related posts

ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ

mahabharatanews

କୋର୍ଟରେ ହାଜର ହେଲେନି ଅନୁଭବ  

mahabharatanews

ଆଜିଠୁ ଶ୍ରୀମନ୍ଦିରରେ ଚନ୍ଦନ ଯାତ୍ରା

mahabharatanews