(ଭୁବନେଶ୍ୱର) : ଆଜି ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି | ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି | ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତିନିଜଣ ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି |
ସୂଚନାନୁଯାୟୀ, ଏହି ସମୟରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମନ୍ତ୍ରୀ, ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ | ଉଲ୍ଲେଖ ଥାଉ କି ଗତ ୧୨ ତାରିଖରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ଦୁଇ ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେବା ପରେ ନୂଆ ମନ୍ତ୍ରୀ କିଏ ହେବେ, ତାହାକୁ ସ୍ୱଷ୍ଟ ସୂଚନା ମିଳିନଥିଲା ।