ଓଡିଆ ପକ୍ଷ ପାଳନର ଚତୁର୍ଦ୍ଦଶ ଦିବସ ଅବସରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗ ଦ୍ଵାରା ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ଓଡିଆ ନବବର୍ଷ ଓ ପଣା ସଂକ୍ରାନ୍ତି ମହା ଆଡମ୍ବରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପାରଳାଖେମୁଣ୍ଡି ବିଧାୟକ ଇଂ ରୂପେଶ ପାଣିଗ୍ରାହୀ, ଅତିରିକ୍ତ ଜିଲ୍ଲାପାଳ ଫାଲଗୁନ ମାଝୀ, ସହକାରୀ ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପୃଥ୍ୱୀରାଜ ମଣ୍ଡଳ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ, ସଂସ୍କୃତି ଅଧିକାରିଣୀ ଅର୍ଚ୍ଚନା ମଙ୍ଗରାଜ, ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଲକ୍ଷ୍ମଣ କୁମାର ମୂର୍ମୁ, କାଉନସିଲର ବାଳ କୃଷ୍ଣ ପାତ୍ର, ବାବୁନା ବେହେରା, ନାରାୟଣ ପ୍ରମୁଖ ମଞ୍ଚାସିନ ଥିଲେ।
ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗଙ୍କ ଆହ୍ଵାନ କ୍ରମେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଏପ୍ରିଲ ୧ ତାରିଖ ଠାରୁ ୧୪ ଏପ୍ରିଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ଓଡିଆ ପକ୍ଷ ପାଳନ କରାଯାଉଥିଲା, ଏହି ଓଡିଆ ନୂତନ ବର୍ଷର ଅବସରରେ ପାରମ୍ପରିକ ପଣାର ବ୍ୟବସ୍ଥା କରାଯାଇ ଥିଲା।ବିଭିନ୍ନ ଅନୁଷ୍ଠାନ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କ।ର ପ୍ରଦାନ କରାଯାଇଥିଲା ।ଏହି କାର୍ଯ୍ୟକ୍ରମରେ ପୌର ପରିଷଦ ର କର୍ମଚାରୀ ମାନେ ପରିଚାଳନା ରେ ସହଯୋଗ କରିଥିଲେ।
