ଓଡିଶା

ଆସନ୍ତା ମାର୍ଚ୍ଚ ୨୫ରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୨୫ରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ । ମାର୍ଚ୍ଚ ୨୫ରୁ ମାର୍ଚ୍ଚ ୩୧ ଯାଏଁ ଚାଲିବ ଏହି ବଜେଟ ଅଧିବେଶନ । ବଜେଟ ଅଧିବେଶନରେ ମୋଟ ୬ଟି କାର୍ଯ୍ୟ ଦିବସ ରହିବ । ମାର୍ଚ୍ଚ ୨୫ରେ ବିଧାନସଭାରେ ରାଜ୍ୟପାଳ ଅଭିଭାଷଣ ଦେବେ । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ମାର୍ଚ୍ଚ ୩୦ରେ ଆଗତ ହେବ ରାଜ୍ୟ ବଜେଟ । ବିଧାନସଭାରେ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ । ମାର୍ଚ୍ଚ ୩୧ରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ କରାଯିବ । ତେବେ ମାର୍ଚ୍ଚ ୨୭ ରବିବାର ପଡୁଥିବାରୁ ଏହି ଦିନ ବିଧାନସଭାର ବଜେଟ ଅଧିବେଶନ ଚାଲିବ ନାହିଁ । ତେବେ ଚଳିତଥର ଆସିବାକୁ ଥିବା ବଜେଟରେ ସରକାର କେଉଁ ନୂଆ ଘୋଷଣା କରୁଛନ୍ତି ତାହା ଉପରେ ସମସ୍ତଙ୍କର ନଜର ରହିବ ।

Related posts

ଆଜି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

mahabharatanews

ଫନିର ୭ ମାସ ପରେ ମଧ୍ୟ ସହୟତା ଅପେକ୍ଷାରେ ହିତାଧିକାରୀ

mahabharatanews

ସାଂସଦ ଓ ବିଧାୟକଙ୍କ କେନ୍ଦୁଗୁଡା ଗ୍ରାମଗସ୍ତ,ମୃତ ପରିବାରଙ୍କୁ ଭେଟି ପରିସ୍ଥିତି ଅନୁଧ୍ୟାନ କଲେ

mahabharatanews