ଭାରତ

୬ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

(ଭୁବନେଶ୍ୱର)  : ନିର୍ବାଚନ ପାଖେଇ ଆସୁଥିବା ବେଳେ ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ସକାଳ ୧୦ଟାରେ ବ୍ରହ୍ମପୁରରେ ଜନସଭାକୁ ସମ୍ବୋଧିତ କରିବେ ମୋଦୀ । ଅପରାହ୍ନ ୧୨ଟା ୩୦ରେ ନବରଙ୍ଗପୁରରେ ଜନସଭା କରିବେ ମୋଦି। ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ଏହି ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ ,  ଏହା ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଗସ୍ତରେ ଆସି ନିର୍ବାଚନ ବିଗୁଲ ବଜାଇ ସାରିଛନ୍ତି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ ପ୍ରଧାନମନ୍ତ୍ରୀ । ପ୍ରଥମ ପର୍ଯ୍ୟାୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ବ୍ରହ୍ମପୁର ଲୋକସଭା କ୍ଷେତ୍ରର ନିର୍ବାଚନ ହେବ । ୧୨ଟା ୩୦ରେ ନବରଙ୍ଗପୁରରେ ଜନସଭା କରିବେ ମୋଦି।

Related posts

ବ୍ରିଜଭୂଷଣଙ୍କୁ ଆଶ୍ଵସ୍ତି; ମିଳିଲାନି କୌଣସି ପ୍ରମାଣ

mahabharatanews

ମହିଳା ଟି-୨୦ ଏସିଆ କପ୍‌: ପାକିସ୍ତାନକୁ ୭ ୱିକେଟ୍‌ରେ ହରାଇଲା ଭାରତ

mahabharatanews

ଦୁଇ ଦିନିଆ ଭୁଟାନ ଗସ୍ତରେ ପ୍ରଧାନମନ୍ତ୍ରୀ 

mahabharatanews