ଭାରତ

ଆଜି ଓଡ଼ିଶା ଆସୁଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

(ଦିଲ୍ଲୀ) : ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ କେନ୍ଦ୍ରୀୟ ନେତା । ହେଭିୱେଟଙ୍କ ପ୍ରଚାରରେ ଜମୁଛି ନିର୍ବାଚନୀ ମାହୋଲ୍ । ଆଜି ଓଡ଼ିଶା ଆସୁଛନ୍ତି ବିଜେପିର ୩ ଜଣ ହେଭିୱେଟ । ବିଭିନ୍ନ ସ୍ଥାନରେ ପ୍ରଚାର କରିବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ଯୋଗୀ ଆଦିତ୍ୟନାଥ ଆଜି ମାହାଙ୍ଗାରେ ଜନସଭାକୁ ସମ୍ବୋଧିତ କରିବେ ।

ସୂଚନାନୁଯାୟୀ , ଯୋଗୀଙ୍କ ସଭା ପାଇଁ ନିଶ୍ଚିନ୍ତକୋଇଲି ବ୍ଲକ କୁଳିଆ ପଡ଼ିଆରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସେ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁର ନିର୍ବାଚନ ମଣ୍ଡଳୀ ଓ ପୁରୀ ଲୋକସଭା ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବେ। ପ୍ରଥମେ ସାଲେପୁରର କୁଳିଆରେ ଜନସଭାକୁ ଉଦବୋଧନ ଦେବେ ଯୋଗୀ । ଏହାସହିତ ୭ଟି ଯାକ ବିଧାନସଭା ଆସନ ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର ଏବଂ ମହାକାଳପଡ଼ାର ବିଧାୟକ ପ୍ରାର୍ଥୀ ମାନେ ବି ଉପସ୍ଥିତ ରହିବେ। ଜେପି ନଡ୍ଡା କରଂଜିଆ, ଧାମନଗର, ବଡ଼ଚଣା ଓ ବାଲିକୁଦାରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି ।

Related posts

ଶୁକ୍ରବାର ୨ ଜଣଙ୍କୁ ମାରିଥିଲା, ଆଜି ନିଜେ ମରିଗଲା, ଗୋଡାଇ ଗୋଡାଇ ଛାତିକୁ ଗୁଳି ମାରିଲା ପୋଲିସ

mahabharatanews

ପଦ ପକ୍କା କଲେ ପ୍ରମୋଦ,ବ୍ରାଜିଲ ଯୋଡିକୁ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରମୋଦ

mahabharatanews

ଦରଦାମ ବୃଦ୍ଧି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୬ ବର୍ଷର ବାଳିକା

mahabharatanews