(ଭୁବନେଶ୍ୱର) : ଆଜି ବସିବ ରାଜ୍ୟ କ୍ୟାବିନେଟ୍ । ସନ୍ଧ୍ୟା ୬.୩୦ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ବୈଠକ । ଏହି ବୈଠକରେ ୧୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । ରାଜ୍ୟରେ ଜଳସେଚନ ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅଣାଯାଇପାରେ । କୃଷକ, ସ୍ୱାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଏବଂ ଦକ୍ଷତା ପରି ବିଭିନ୍ନ ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି । ବନ୍ଦ କୃଷି ଓ କୃଷକଙ୍କ ସଶକ୍ତିକରଣ ପାଇଁ ବିଭାଗ ପକ୍ଷରୁ ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିପାରେ । ସେହିପରି ଗଣଶିକ୍ଷା, ସ୍ୱାସ୍ଥ୍ୟ ଓ ସୂଚନା ଏବଂ ପ୍ରଯୁକ୍ତି ବିଦ୍ୟା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ପ୍ରସ୍ତାବମାନ ଆସିବାର ସମ୍ଭାବନା ରହିଛି ।