(ଭୁବନେଶ୍ୱର) : ଆଜି ଓଡ଼ିଶା ପାଳୁଛି ମାଣ୍ଡିଆ ଦିବସ । ରାଜ୍ୟ, ଦେଶ ତଥା ବିଦେଶରେ ମାଣ୍ଡିଆର ବହୁଳ ପ୍ରଚାର ପ୍ରସାର ସହ ଏହାର ଉପକାରିତା ବିଷୟରେ ସାରା ବିଶ୍ୱରେ ମାଣ୍ଡିଆକୁ ମିଳିଛି ସ୍ୱତନ୍ତ୍ର ପରିଚୟ । ପ୍ରତିବର୍ଷ ନଭେମ୍ବର ୧୦ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯାଉଛି । ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶା ମାଣ୍ଡିଆ ଦିବସ ପାଳନ କରୁଛି ।
ସୂଚନାନୁଯାୟୀ , ପୋଷକ ତତ୍ତ୍ବରେ ଭରପୁର ରହିଛି ମାଣ୍ଡିଆ । ମାଣ୍ଡିଆକୁ ପରବର୍ତ୍ତୀ ପର୍ଯ୍ୟାୟରେ ପହଞ୍ଚାଇବା ସହ ପୂରା ବିଶ୍ବରେ ଏହାର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ପାଇଁ ମାଣ୍ଡିଆ ଦିବସ ପାଳନ କରୁଛି ଓଡ଼ିଶା । ୭ଟି ଜିଲ୍ଲାରୁ ଆରମ୍ଭ ହୋଇଥିବା ମିଲେଟ ମିଶନ ଏବେ ୩୦ ଜିଲ୍ଲାର ୧୭୭ ବ୍ଲକରେ କାର୍ଯ୍ୟକାରୀ ହେଉଛି । ଏହାସହ ପ୍ରତି ଖାଦ୍ୟ ଥାଳିରେ ମାଣ୍ଡିଆକୁ ସାମିଲ କରିବା ପାଇଁ ସ୍କୁଲର ମଧ୍ୟାହ୍ନଭୋଜନ, ଡାକ୍ତରଖାନା କ୍ୟାଣ୍ଟିନ, ସରକାରୀ କାର୍ଯ୍ୟାଳୟ ଓ ବୈଠକ, ହୋଟେଲ ମାନଙ୍କରେ ମାଣ୍ଡିଆକୁ ସାମିଲ କରାଯାଉଛି । ପୋଷକତତ୍ତ୍ବରେ ଭରା ମାଣ୍ଡିଆର ପ୍ରଚାର ଓ ପ୍ରସାର ପାଇଁ ଓଡ଼ିଶା ପ୍ରଥମ ରାଜ୍ୟଭାବେ ଅନ୍ତର୍ଜାତୀୟ ପୃଷ୍ଟିଶସ୍ୟ ସମ୍ମିଳନୀ ଆୟୋଜନ କରି ପୂରା ବିଶ୍ବର ଦୃଷ୍ଟି ଆକର୍ଷଣ କରୁଛି । ଏଥି ମଧ୍ୟରେ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀର ଆଜି ରହିଛି ଦ୍ୱିତୀୟ ଦିନ ।