ଓଡିଶା

ଆଜି ଓଡ଼ିଶା ପାଳୁଛି ମାଣ୍ଡିଆ ଦିବସ

(ଭୁବନେଶ୍ୱର)  : ଆଜି ଓଡ଼ିଶା ପାଳୁଛି ମାଣ୍ଡିଆ ଦିବସ । ରାଜ୍ୟ, ଦେଶ ତଥା ବିଦେଶରେ ମାଣ୍ଡିଆର ବହୁଳ ପ୍ରଚାର ପ୍ରସାର ସହ ଏହାର ଉପକାରିତା ବିଷୟରେ ସାରା ବିଶ୍ୱରେ ମାଣ୍ଡିଆକୁ ମିଳିଛି ସ୍ୱତନ୍ତ୍ର ପରିଚୟ । ପ୍ରତିବର୍ଷ ନଭେମ୍ବର ୧୦ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯାଉଛି । ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶା ମାଣ୍ଡିଆ ଦିବସ ପାଳନ କରୁଛି ।

ସୂଚନାନୁଯାୟୀ , ପୋଷକ ତତ୍ତ୍ବରେ ଭରପୁର ରହିଛି ମାଣ୍ଡିଆ । ମାଣ୍ଡିଆକୁ ପରବର୍ତ୍ତୀ ପର୍ଯ୍ୟାୟରେ ପହଞ୍ଚାଇବା ସହ ପୂରା ବିଶ୍ବରେ ଏହାର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ପାଇଁ ମାଣ୍ଡିଆ ଦିବସ ପାଳନ କରୁଛି ଓଡ଼ିଶା । ୭ଟି ଜିଲ୍ଲାରୁ ଆରମ୍ଭ ହୋଇଥିବା ମିଲେଟ ମିଶନ ଏବେ ୩୦ ଜିଲ୍ଲାର ୧୭୭ ବ୍ଲକରେ କାର୍ଯ୍ୟକାରୀ ହେଉଛି । ଏହାସହ ପ୍ରତି ଖାଦ୍ୟ ଥାଳିରେ ମାଣ୍ଡିଆକୁ ସାମିଲ କରିବା ପାଇଁ ସ୍କୁଲର ମଧ୍ୟାହ୍ନଭୋଜନ, ଡାକ୍ତରଖାନା କ୍ୟାଣ୍ଟିନ, ସରକାରୀ କାର୍ଯ୍ୟାଳୟ ଓ ବୈଠକ, ହୋଟେଲ ମାନଙ୍କରେ ମାଣ୍ଡିଆକୁ ସାମିଲ କରାଯାଉଛି । ପୋଷକତତ୍ତ୍ବରେ ଭରା ମାଣ୍ଡିଆର ପ୍ରଚାର ଓ ପ୍ରସାର ପାଇଁ ଓଡ଼ିଶା ପ୍ରଥମ ରାଜ୍ୟଭାବେ ଅନ୍ତର୍ଜାତୀୟ ପୃଷ୍ଟିଶସ୍ୟ ସମ୍ମିଳନୀ ଆୟୋଜନ କରି ପୂରା ବିଶ୍ବର ଦୃଷ୍ଟି ଆକର୍ଷଣ କରୁଛି । ଏଥି ମଧ୍ୟରେ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀର ଆଜି ରହିଛି ଦ୍ୱିତୀୟ ଦିନ ।

Related posts

ଆସିଥିବା ପଶ୍ଚିମବଙ୍ଗରୁ ୧୨୮ ଜଣବ୍ୟକ୍ତିଙ୍କ ମଧ୍ୟରୁ ୭୪ ଜଣଙ୍କ ସ୍ୱାବ ଟେଷ୍ଟ କୌଣସି କରୋନା ପଜେଟିଭ ଆସିନାହିଁ 

mahabharatanews

ରାଜ୍ୟରେ କରୋନା ସଂକ୍ରମଣରେ ହ୍ରାସ ଘଟିଥିବା ବେଳେ ମୃତ୍ୟୁରେ ଲାଗୁନି ବ୍ରେକ

mahabharatanews

  ଅକ୍ଟୋବର ପ୍ରଥମ ସପ୍ତାହରେ ଓଡ଼ିଶାରେ ବାତ୍ୟା ଆଶଙ୍କା 

mahabharatanews