ଓଡିଶା

ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ଵର: ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ପ୍ରତି ସୋମବାର ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେଉଥିବା ଜନଶୁଣାଣି ଆଜି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ପରବର୍ତ୍ତୀ ସମୟରେ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ସୂଚିତ କରାଯିବ ବୋଲି ସୂଚନା ମିଳିଛି ।

ସୂଚନା ଅନୁସାରେ, ଏହା ପୂର୍ବରୁ ଗତ ୨୯ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଜାରି ରହିଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରଖାଯାଇଥିଲା । ତା’ ପୂର୍ବରୁ ଗତ ମାସ ୨୨ ତାରିଖରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ୨୨ ତାରିଖ ଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଥିଲା । ଜୁଲାଇ ପହିଲାରୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଜୁଲାଇ ୧ ତାରିଖ ଦିନ ୧୧ଟାରୁ ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କର ଅଭିଯୋଗ ଶୁଣିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Related posts

ଗତ ୨୪ ଘଣ୍ଟାରେ ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ

mahabharatanews

ନିଟ ପରୀକ୍ଷା ପାଇଁ  ବ୍ୟବସ୍ଥା କରାଯାଇଛି

mahabharatanews

ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଟାସ୍କ ଫୋର୍ସ ଗଠନ

mahabharatanews