ଓଡିଶାରାଜନୀତି

କେନ୍ଦ୍ରରେ କାର୍ଯ୍ୟରତ ଓଡ଼ିଆ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ୱର: ଦିଲ୍ଲୀର ଓଡ଼ିଶା ଭବନରେ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା। କେନ୍ଦ୍ରରେ କାର୍ଯ୍ୟରତ ଓଡ଼ିଆ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବୈଠକ ହୋଇଥିଲା। ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟ ପୂରଣ ପାଇଁ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ବୈଠକରେ ଉପସ୍ଥିତ ଥିଲେ ଦୁଇ ଉପମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରାଳୟ ଅଧୀନରେ କାମ କରୁଥିବା ଉଚ୍ଚ ପଦାଧିକାରୀ ମାନଙ୍କର ସହଯୋଗ କାମନା କରିଛନ୍ତି । ଗତକାଲି ନୀତି ଆୟୋଗ ବୈଠକରେ ଯୋଗ ଦେବା ପରେ ଆଜି ଓଡ଼ିଶା ଭବନରେ କେନ୍ଦ୍ରରେ କାର୍ଯ୍ୟରତ ଓଡ଼ିଶା କାଡ଼ର୍ ଅଧିକାରୀ ମାନଙ୍କ ଏକ ବୈଠକର ଆୟୋଜନ କରାଯାଇଥିଲା। ନୀତି ଆୟୋଗର ବୈଠକରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କ ନିକଟରେ ଯେଉଁ ସବୁ ପ୍ରସ୍ତାବ ରଖିଥିଲେ ସେସବୁ ତ୍ୱରିତ କର୍ଯ୍ୟନ୍ଵୟନ ପାଇଁ ସେ ଏହି ଅଧିକାରୀମାନଙ୍କ ସହଯୋଗ ଲୋଡି ଥିଲେ। ଏକ ବିକଶିତ ଓଡ଼ିଶାର ଲକ୍ଷ୍ୟ ପୂରଣ ପାଇଁ ଏହି ସବୁ କ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସହଯୋଗ ଓ ସମନ୍ବୟର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Related posts

ଜେଲ ବାଲକୋନୀରୁ ଖସି କଏଦୀ ମୃତ୍ୟୁ

mahabharatanews

ନବରଙ୍ଗପୁରରେ ଅଜଣା ଭୂତାଣୁ ଚି଼ହ୍ନଟ

mahabharatanews

ରଥଯାତ୍ରା ପାଇଁ ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡ଼ିବ ବସ୍

mahabharatanews