ଓଡିଶା

ତୀର୍ଥଯାତ୍ରାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 

(ଭୁବନେଶ୍ୱର) :   ତୀର୍ଥଯାତ୍ରାର ଦ୍ୱିତୀୟ ପର୍ଯ୍ୟାୟରେ ଟ୍ରେନ୍‌ ଯାତ୍ରାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ବରିଷ୍ଠ ନାଗିରକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ଚଳିତ ବର୍ଷର ଦ୍ୱିତୀୟ ପର୍ଯ୍ୟାୟ ଟ୍ରେନ୍‌ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ଚଳିତ ବର୍ଷର ଦ୍ୱିତୀୟ ପର୍ଯ୍ୟାୟରେ ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଜଗତସିଂହପୁର, କଟକ ଓ କେନ୍ଦ୍ରାପଡ଼ାର ବରିଷ୍ଠ ନାଗରିକମାନେ ଏହି ଯାତ୍ରାରେ ସାମିଲ ହୋଇ ହରିଦ୍ୱାର ଓ ଋଷିକେଶ ଯାତ୍ରା କରିଛନ୍ତି ।

ସୂଚନାନୁଯାୟୀ , ଏକ ଭିଡ଼ିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଶୁଭକାମନା ଜଣାଇବା ସହ ବିଭିନ୍ନ ଅଞ୍ଚଳର ସଂସ୍କୃତି ଓ ତୀର୍ଥସ୍ଥଳ ସଂପର୍କରେ ଏହା ଦ୍ୱାରା ଜାଣିହେବ ବୋଲି କହିଥିଲେ। ୨୦୧୬ ମସିହାରୁ ଆରମ୍ଭ ହୋଇଥିବା ଏହି ଯୋଜନାରେ ରାଜ୍ୟର ପ୍ରାୟ ୨୦ ହଜାରରୁ ଅଧିକ ବରିଷ୍ଠ ନାଗରିକ ସାମିଲ ହୋଇ ଦେଶର ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣ କରି ଆଧ୍ୟାତ୍ମିକତା ଅନୁଭବ କରିଥିବାର ସେ କହିଥିଲେ। ରାଜ୍ୟ ସରକାର ବରିଷ୍ଠ ନାଗରିକମାନଙ୍କ ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବା ସହ ପୁରୀରେ କାର୍ତ୍ତିକ ମାସରେ ହବିଷ୍ୟାଳିମାନଙ୍କ ନିମନ୍ତେ ସମସ୍ତ ବ୍ୟବସ୍ଥା କରିଥିବା ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ ଉଲ୍ଲେଖ କରିଥିଲେ।

Related posts

ଚଳିତ ବର୍ଷ ରାଜ୍ୟରେ କମ୍ ରହିବ ଗ୍ରୀଷ୍ମର ପ୍ରଭାବ

mahabharatanews

ବସ-ଗୋରୁ ବୋଝେଇ ଟ୍ରକ୍ ଧକ୍କା, ୭ ଆହତ

mahabharatanews

ଓଡ଼ିଶା ବନାଞ୍ଚଳ ଉନ୍ନୟନ ସଂଯୋଗୀକରଣ କାର୍ଯ୍ୟକ୍ରମରେ ଚାଷୀଙ୍କୁ ବିନା ମୂଲ୍ୟରେ ବିହନ ବଣ୍ଟନ

mahabharatanews