(ରିପୋଟର୍ସ ଟୁଡେ, ଭୁବନେଶ୍ୱର): ରାଜ୍ୟରେ ଗୁରୁବାର ୪୨୪୧ ଜଣ ନୁଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୫୦୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୧୭୩୯ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୭ ହଜାର ୧୬୧କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥ୍ୟକୁ ଆଧାର କରି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ବିଟ କରି ଏହି ସୂଚନା ଦିଆଯାଇଛି।
ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ଏହି ୪୨୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୋଳରୁ ୮୪, ବାଲେଶ୍ୱରରୁ ୧୪୧, ବରଗଡ଼ରୁ ୧୪୯, ଭଦ୍ରକରୁ ୭୨ ଏବଂ ବଲାଙ୍ଗୀରରୁ ୪୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ସେହିପରି ବୌଦ୍ଧରୁ ୯୪, କଟକରୁ ୩୮୯, ଦେବଗଡ଼ରୁ ୬, ଢ଼େଙ୍କାନାଳରୁ ୮୬, ଗଜପତିରୁ ୨୩, ଗଞ୍ଜାମରୁ ୭୫, ଜଗତସିଂହପୁରରୁ ୧୨୬, ଯାଜପୁରରୁ ୧୫୦, ଝାରସୁଗୁଡାରୁ ୧୧୧, କଳାହାଣ୍ଡିରୁ ୧୧୪, କନ୍ଧମାଳରୁ ୧୧୬, କେନ୍ଦ୍ରାପଡାରୁ ୧୦୩, କେନ୍ଦୁଝରରୁ ୭୭, ଖୋର୍ଦ୍ଧାରୁ ୬୪୭, କୋରାପୁଟରୁ ୯୮ ଏବଂ ମାଲକାନଗିରିରୁ ୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଅନ୍ୟପକ୍ଷରେ ମୟୂରଭଞ୍ଜରୁ ୧୪୭, ନବରଙ୍ଗପୁରରୁ ୧୦୭, ନୟାଗଡରୁ ୯୪, ନୂଆପଡାରୁ ୯୯, ପୁରୀରୁ ୨୯୧, ରାୟଗଡାରୁ ୬୬, ସମ୍ବଲପୁରରୁ ୯୧, ସୁବର୍ଣ୍ଣପୁରରୁ ୧୨୯,ସୁନ୍ଦରଗଡ଼ରୁ ୧୫୪ ଏବଂ ଷ୍ଟେଟପୁଲରୁ ୩୩୦ ଜଣ କାରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୭ ହଜାର ୧୬୧ରେ ପହଞ୍ଚିଥିବା ବେଳେ ୧ ଲକ୍ଷ ୨୯ ହଜାର ୮୫୯ ଜଣ ସୁସ୍ଥ ହୋଇସାରିଲେଣି । ୩୬ ହଜାର ୫୮୦ ଜଣ ଆକ୍ରାନ୍ତ ଏବେ ଚିକିତ୍ସାଧୀନ ଅଛନ୍ତି । ସେହିପରି ୬୬୯ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ।
previous post