ଓଡିଶା

କମୁଛି ସଂକ୍ରମଣ: ରାଜ୍ୟରେ ୩୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

(ଭୁବନେଶ୍ୱର): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ଦେଖିବାକୁ ମିଳୁଛି । ବୁଧବାର ୩୬୪ ଜଣ ନୁଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୧୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୫୪ଟି ସ୍ଥାନୀୟ ସଂକ୍ରମଣ ରହିଛନ୍ତି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ ହଜାର ୨୭୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ତେବେ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନୁଗୁଳ ଜିଲ୍ଲାରୁ ୨୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୨, ବରଗଡ଼ରୁ ୧୬, ଭଦ୍ରକରୁ ୧୩ , ବଲାଙ୍ଗିରରୁ ୨୨, କଟକରୁ୨୨, ଗଞ୍ଜାମରୁ ୭, ଗଜପତିରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛି। ଜଗତସିଂହପୁରରୁ ୪, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୫, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୧୩, କୋରାପୁଟରୁ ୩, ମୟୂରଭଞ୍ଜରୁ ୨୬, ନବରଙ୍ଗପୁରରୁ ୯ , ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୧୧, ପୁରୀରେ ୧୧, ରାୟଗଡ଼ାରୁ ଜଣେ, ସମ୍ବଲପୁରରେ ୧୫ ଓ ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ ହଜାର ୨୭୯ରେ ପହଞ୍ଚିଛି । ସେହିପରି ୩ ଲକ୍ଷ ୨୨ ହଜାର ୩୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତିି । ରାଜ୍ୟରେ ଏବେ ୩ ହଜାର ୩୬ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Related posts

ରାଜ୍ୟରେ ୨୪ ଘଣ୍ଟାରେ ୭୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ , ୪ ମୃତ୍ୟୁ

mahabharatanews

ଗାମୁଛାରେ ଦଉଡି ଦେଇ ଯୁବକର ଆତ୍ମହତ୍ୟା

mahabharatanews

ବର୍ଷାରେ ଭୁଶୁଡିଲା ଘରର କାନ୍ଥ : ୫ ଜଣଙ୍କ ମୃତ୍ୟୁ , ୪ ଗୁରୁତର

mahabharatanews

Leave a Comment