(ଭୁବନେଶ୍ୱର) : ଆସନ୍ତାକାଲି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ । ମେ’ ୧୩ରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ସଂସଦୀୟ କ୍ଷେତ୍ର ଓ ଏହା ଅନ୍ତର୍ଗତ ୨୮ ବିଧାନସଭା ଆସନରେ ପଡ଼ିବ ଭୋଟ୍ । ପ୍ରଥମ ପର୍ଯ୍ୟାୟରେ ମୋଟ ୬୨ ଲକ୍ଷ ୮୭ ହଜାର ଭୋଟର ମତଦାନ କରିବେ । ସେମାନଙ୍କ ମଧ୍ୟରୁ ୩୦ ଲକ୍ଷ ୯୭ ହଜାର ପୁରୁଷ, ୩୧ ଲକ୍ଷ ୮୯ ହଜାର ମହିଳା ଭୋଟର ଅଛନ୍ତି । ମୋଟ ୭ ହଜାର ୩୦୩ କେନ୍ଦ୍ରରେ ଭୋଟର ମତଦାନ ହେବ ।
ସୂଚନାନୁଯାୟୀ , ଏଥିପାଇଁ ନିର୍ବାଚନ ହେବାକୁ ଥିବା ସବୁ ପୋଲିଂ ବୁଥକୁ ଇଭିଏମ ପଠାଯାଇଛି । ପୋଲିଂ ଅଧିକାରୀମାନେ ଇଭିଏମ ସହ ଭିଭିପାଟ ମେସିନ ସାଙ୍ଗରେ ଧରି ନିଜ ନିଜ ପୋଲିଂ ବୁଥକୁ ଯାଇଛନ୍ତି । ସମ୍ବେଦନଶୀଳ ବୁଥ ଗୁଡିକରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ନିର୍ବାଚନ ତାରିଖ ଇଭିଏମ୍, ଭିଭିପାଟ୍ ଓ ଆନୁସଙ୍ଗିକ ସରଞ୍ଜାମ ଧରି ବୁଥରେ ପହଞ୍ଚୁଛନ୍ତି ପୋଲିଂ ପାର୍ଟି । ମାଓପ୍ରବଣ ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି । ପ୍ରଥମ ପର୍ଯ୍ୟାୟ ପାଇଁ ମୋଟ୍ ୭ହଜାର ୩୦୩ ମତଦାନ କେନ୍ଦ୍ର କରାଯାଇଛି ।