ଓଡିଶା

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବୈଠକ

(ଭୁବନେଶ୍ୱର) :  ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ଏ ନେଇ ଗୁରୁବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗ ମଧ୍ୟରେ ସହଯୋଗ ଓ ସମନ୍ୱୟ ରକ୍ଷା ଉପରେ ଗୁରୁତ୍ୱାରୋପ କରିବା ସହ ସମସ୍ତ ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାନୁଯାୟୀ , ବୈଠକରେ ଉନ୍ନୟନ କମିଶନର, ଏସଆରସି, ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅଗ୍ନିଶମ ବିଭାଗର ଡିଜି, ୧୨ଟି ବିଭାଗର ସଚିବ ଉପସ୍ଥିତ ଥିଲେ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଅକ୍ଟୋବର ୧୦ ତାରିଖ ବେଳକୁ ଓଡ଼ିଶାରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବ । ସାଧାରଣତଃ ମୌସୁମୀ ପ୍ରତ୍ୟାହାରର ୪୫ ଦିନ ମଧ୍ୟରେ ବାତ୍ୟା ହେବାର ସମ୍ଭାବନା ଥାଏ । ଏଥିପାଇଁ ରାଜ୍ୟ ସରକାର ଆଗୁଆ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି ।

Related posts

ହାତୀ ଉପଦ୍ରଵ : ସ୍କୁଲ ଆସୁନାହାନ୍ତି ଛାତ୍ରଛାତ୍ରୀ 

mahabharatanews

କର୍ଣ୍ଣାଟକ ଛୁଇଁଲା ମୌସୁମୀ: ୧୦ରେ ପହଞ୍ଚିବ ଓଡିଶା

mahabharatanews

କମୁଛି ସଂକ୍ରମଣ: ରାଜ୍ୟରେ ୩୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

mahabharatanews