ଓଡିଶା

ଆହତଙ୍କୁ ଭେଟିଲେ ରାଜ୍ୟପାଳ

(ବାଲେଶ୍ଵର) : କରମଣ୍ତଳ ଟ୍ରେନ୍ ଦୁର୍ଘଟଣା ସମସ୍ତଙ୍କ ଛାତିକୁ ଥରାଇ ଦେଇଛି । ଏହାରି ମଧ୍ୟରେ ଆହତଙ୍କୁ ଭେଟିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍ । ସମସ୍ତ ଆହତଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି ରାଜ୍ୟପାଳ ।

ସୂଚନାନୁଯାୟୀ , ବାଲେଶ୍ବରଠାରୁ ୨୨ କିମି ଦୂର ବାହାନଗା ରେଳ ଷ୍ଟେସନ୍‌ଠାରେ ଘଟିଥିବା ଭୟାନକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଘଟଣାସ୍ଥଳରେ ମୃତକଙ୍କ ପରିବାର ପହଂଚିଛନ୍ତି  ଯେଉଁମାନେ ମୃତକଙ୍କୁ ଚିହ୍ନଟ କରୁଛନ୍ତି, ସେମାନଙ୍କୁ ମୃତଦେହ ହସ୍ତାନ୍ତର କରାଯାଉଛି। ସ୍ଥାନୀୟ ସୂତ୍ର ଅନୁସାରେ ମୃତକଙ୍କ ସଂଖ୍ୟା ଏଯାବତ୍ ୨୭୮  ଟପି ଯାଇଥିବା ଜଣାପଡ଼ିଛି।

Related posts

କୃଷି ଋଣ ଠକେଇ: ୫୦ରୁ ଉର୍ଦ୍ଧ୍ୱ ଅ।ଦିବାସୀ ରାଇରଙ୍ଗପୁର ଟାଉନଥାନା ଦ୍ୱାରସ୍ଥ

mahabharatanews

ପଦ୍ମପୁର ଉପନିର୍ବାଚନ ମଇଦାନରେ 10 ପ୍ରାର୍ଥୀ

mahabharatanews

ଖୋଲିଛି ୩୪ଟି ଗେଟ୍ ; କଟକ ମୁଣ୍ଡଳୀରେ ପହଞ୍ଚିବ ହୀରାକୁଦର ପାଣି

mahabharatanews