ଓଡିଶା

ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ଭେଟି, କାଳିଆ ହିତାଧିକାରୀ ପାଇବେ ୨ହଜାର ଟଙ୍କା

ଭୁବନେଶ୍ୱର: ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି । ପ୍ରତ୍ୟେକ କାଳିଆ ହିତାଧିକାରୀଙ୍କୁ ୨ହଜାର ଟଙ୍କା ଲେଖାଏଁ ମିଳିବ । ଯାହା ସିଧାସଳଖ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ । ଚଳିତ ବର୍ଷ ଏହା ଚାଷୀଙ୍କ ପ୍ରଥମ ସହାୟତା । ୨୦୧୮ ମସିହାରୁ ଚାଷୀଙ୍କ ପାଇଁ କାଳିଆ ଯୋଜନା ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ପ୍ରତି ବର୍ଷ ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ସହାୟତା ରାଶି ପଠାଉଛନ୍ତି ସରକାର । ବାର୍ଷିକ ୬ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇଦେଉଛନ୍ତି ସରକାର । ୨୦୧୮ରୁ ଚାଷୀଙ୍କ ପାଇଁ ଆରମ୍ଭ ହୋଇଥିବା ଏହି ଯୋଜନାରେ ବର୍ତ୍ତମାନ ସୁଦ୍ଧା ୫୩ ଲକ୍ଷରୁ କ୍ଷୁଦ୍ର, ନାମମାତ୍ର ଏବଂ ଭୂମିହୀନ ଚାଷୀ ସିଧାସଳଖ ଉପକୃତ ହୋଇଛନ୍ତି । ଗତବର୍ଷ ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ କାଳିୀଆ ଟଙ୍କା ଦେଇଥିଲେ ସରକାର । ‘କାଳିଆ’ ଯୋଜନା ମାଧ୍ୟମରେ ରାଜ୍ୟ ସରକାର ୯୨ ପ୍ରତିଶତ ଚାଷୀ ଏବଂ ପ୍ରାୟ ସମସ୍ତ ଅଭାବଗ୍ରସ୍ତ ଭୂମିହୀନ ଚାଷୀମାନଙ୍କୁ ପରିସରଭୁକ୍ତ କରିବା ପାଇଁ ବ୍ୟବସ୍ଥା କରିଛନ୍ତି।

Related posts

ସିରିଜ ଦୁର୍ଘଟଣାରେ ଡ୍ରାଇଭର ଗୁରୁତର

mahabharatanews

ଦୁର୍ଘଟଣା ଘଟାଇଥିବା ମଦ୍ୟପ ଡ୍ରାଇଭରକୁ ଧରିଲେ ଲୋକେ

mahabharatanews

ଅନାଥ ଶିଶୁକନ୍ୟା ସାଇ ମିନାକ୍ଷୀଙ୍କୁ ମିଳିଲା ନୂଆ ପରିଚୟ

mahabharatanews