ଓଡିଶା

ପ୍ରଚଣ୍ଡ ତାତି : ସୁନ୍ଦରଗଡ଼ରୁ ସର୍ବାଧିକ ୪୧ ଜଣ ଡାକ୍ତରଖାନାରେ ଭର୍ତ୍ତି

(ଭୁବନେଶ୍ୱର) : ଚଳିତ ବର୍ଷ ଏ ପର୍ଯ୍ୟନ୍ତ ୧୬ ଜିଲ୍ଲାରୁ ଅଂଶୁଘାତ ଘଟଣା ଆସିଛି । ଆଜି ଏନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ଅଂଶୁଘାତ ଓ ତାତି ଜନିତ ସମସ୍ୟା ପାଇଁ ୮୯ ଜଣ ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସୁନ୍ଦରଗଡ଼ରୁ ସର୍ବାଧିକ ୪୧ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

ସୂଚନାନୁଯାୟୀ , ଖୋର୍ଦ୍ଧାରୁ ୧୨ ଜଣ ଯେଉଁଥିରୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ୭ ଜଣ ରହିଛନ୍ତି । ସେହିପରି ଅନୁଗୁଳରୁ ୯ ଜଣ, ମୟୂରଭଞ୍ଜରୁ ୭, ଝାରସୁଗୁଡ଼ାରୁ ୭, ସମ୍ବଲପୁରରୁ ୫ ଜଣ ଭର୍ତ୍ତି ହୋଇଥିଲେ । ଜଣଙ୍କର ମୃତ୍ୟୁ ହୋଇଥିବା ସେ ସୂଚନା ଦେଇଛନ୍ତି । ଗତ କିଛି ଦିନ ଧରି ଅଂଶୁଘାତରେ କିଛି ବ୍ୟକ୍ତିଙ୍କ ଜୀବନ ଯାଇଥିବା ଅଭିଯୋଗ ହୋଇଛି। ତେବେ ଏସମ୍ପର୍କରେ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇନି।

Related posts

ଆସନ୍ତାକାଲିଠୁ ମା’ ବିମଳାଙ୍କର ଷୋଡ଼ଶଦିନାତ୍ମକ ପୂଜା 

mahabharatanews

ଗରିବ ଅସହାୟଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ

mahabharatanews

ମାର୍ଚ୍ଚ ୨୪ରେ ହେବ ପୌର ନିର୍ବାଚନ

mahabharatanews