ଓଡିଶା

ରାଜ୍ୟ ପୋଲିସରେ ୨୮ଟି ସବ୍ଇନସପେକ୍ଟର ଓ ୧୬ଟି କନେଷ୍ଟବଳ ପଦବୀ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବ୍ଇନସପେକ୍ଟର ଓ ୧୬ଟି କନେଷ୍ଟବଳ ପଦବୀ ମଞ୍ଜୁର କରିଛନ୍ତି । ପୋଲିସ ବିଭାଗର ଅନ୍ୟାନ୍ୟ ପଦବୀ ଗୁଡିକର ପୁନଃ ବଣ୍ଟନ ଦ୍ୱାରା ଏହି ପଦବୀ ଗୁଡିକ ସୃଷ୍ଟି କରାଯାଇଛି । ଏହାଦ୍ୱାରା ସମୁଦାୟ ୧୯୬ଟି ନୂତନ ପଦବୀ ସୃଷ୍ଟି ହୋଇଛି । ଏହି ନୂତନ ଅଧିକାରୀ ଓ କର୍ମଚାରୀମାନେ ରାଜ୍ୟରେ ନିୟୋଜିତ ହେବେ । ଆଇନ ଶୃଙ୍ଖଳା ଠାରୁ ଆରମ୍ଭ କରି ବିଭିନ୍ନ ଅପରାଧୀକ ଅନୁସଂଧାନ କ୍ଷେତ୍ରରେ ସେମାନେ ଦାଇତ୍ୱ ନିର୍ବାହ କରିବେ । ଯାହାଫଳରେ ରାଜ୍ୟରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ଅଧିକ ଦୃଢ ହୋଇପାରିବ ।

Related posts

 ବିଜେଡିରୁ ବିଦା ହେଲେ ବିଧାୟକ ପ୍ରଫୁଲ୍ଲ ମାଝି

mahabharatanews

ରେଳ ଦୁର୍ଘଟଣା : ଆଉ ୧୦ ଜଣଙ୍କୁ ସମନ ଜାରି  

mahabharatanews

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହ୍ରାସ ପାଇଛି ;୪୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

mahabharatanews