ଓଡିଶା

ଆଜି ବି ବର୍ଷା ସମ୍ଭାବନା;  ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି  

(ଭୁବନେଶ୍ୱର) :  ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଏଥିପାଇଁ ଆଜି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ସହ ସର୍ତକତା ଜାରି କଲା ପାଣିପାଗ ବିଭାଗ ।  ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଗତ ୬ ଦିନରେ ରାଜ୍ୟରେ ଭଲ ବର୍ଷା ରେକର୍ଡ ହୋଇଛି। ୧ରୁ ୭ ସେପ୍ଟେମ୍ବର ମଧ୍ୟରେ ରାଜ୍ୟରେ ୮୪.୬ ମିମି ବର୍ଷା ରେକର୍ଡ କରାଯାଇଛି।

ସୂଚନାନୁଯାୟୀ , ଆଜି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଟକ ଓ ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।  ତେବେ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ମୌସୁମୀ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ବର୍ଷା ହେଲେ ବି ଗରମ ଗୁଳୁଗୁଳି ଜାରି ରହିବ । ଲଘୁଚାପ ପ୍ରଭାବରେ ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

Related posts

ଉପମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ମହେନ୍ଦ୍ରଗିରି ଶିଖରର ଇକୋ ରିସୋର୍ଟ ଉଦଘାଟିତ

mahabharatanews

ଓଡ଼ିଆ ପକ୍ଷ ପାଳନ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ

mahabharatanews

ବାଇକକୁ ଧକ୍କା ଦେଲା ବସ ; ଜଣେ ମୃତ, ଜଣେ ଗୁରୁତର

mahabharatanews