(ଭୁବନେଶ୍ୱର) : ରାଜ୍ୟରେ ଆଉ ଦୁଇ ଦିନ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟି ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଆହୁରି ଦୁଇ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଏବଂ ସୁନ୍ଦରଗଡ଼ ଏହି ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।
ସୂଚନାନୁଯାୟୀ , ଓଡ଼ିଶାର ୧୬ଜିଲ୍ଲାକୁ ବର୍ଷା ପାଇଁ ସତର୍କ ସୂଚନା ଜାରି ହୋଇଛି ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ବାଂଲାଦେଶ ଖେପୁପଡ଼ା ପାଖାପାଖି ଉପକୂଳ ଛୁଇଁବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ୨୪ଘଣ୍ଟା ଭିତରେ ଗାଙ୍ଗେୟ ଉପତ୍ୟକା ଆଡ଼କୁ ଯିବ । ସେପଟେ ଜାତୀୟ ରାଜପଥ ଉପରେ ପାଣି ଚାଲୁଥିବାରୁ ଚାରି ଛକ ଦେଇ ଭୁବନେଶ୍ୱର ଓ ଫୁଲବାଣୀକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି ।
