ଓଡିଶା

୯ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

(ଭୁବନେଶ୍ୱର) :  ପ୍ରବଳ ବର୍ଷାରେ ଭିଜିଲା ଓଡ଼ିଶା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ଥିତି ସଙ୍ଗୀନ ରହିଥିବା ବେଳେ ରାଜ୍ୟର ୯ଟି ଜିଲ୍ଲାରେ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ଆଜି ଛୁଟି ରହିବ । ସୋନପୁର , ଝାରସୁଗୁଡ଼ା, ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ରାୟଗଡ଼ା, ବଲାଙ୍ଗିର, ଅନୁଗୁଳ ଓ ବରଗଡ଼ ଜିଲ୍ଲାର ସମସ୍ତ ସ୍କୁଲ ଆଜି ବନ୍ଦ ରହିବ। ଏନେଇ ସଂପୃକ୍ତ ଜିଲ୍ଲା ଗୁଡ଼ିକ ଜିଲ୍ଲାପାଳମାନେ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାନୁଯାୟୀ ,  ସ୍ଥିତି ସଙ୍ଗୀନ ଥିବା ସ୍ଥାନର ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ ପ୍ରଶାସନ ନିର୍ଦ୍ଦେଶ ଦେଇଛି। ବଏହାରି ଭିତରେ ଆଜି ପୂର୍ବାହ୍ନ ଯାଏଁ ୧୦ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ. ଅନୁଗୁଳ, କେନ୍ଦୁଝର, ବୌଦ୍ଧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି ।

Related posts

ନାମକୋଣ୍ଡା ନଦୀ ଘାଟରୁ ମିଳିଲା ମହିଳାଙ୍କ ମୁଣ୍ଡ

mahabharatanews

ଆଜି ବିଶ୍ୱ ପୃଥିବୀ ଦିବସ

mahabharatanews

ଆନ୍ତର୍ଜାତୀୟ ଡକ୍ଟରେଟ ପୁରସ୍କାରରେ ସମ୍ମାନିତ ହେଲେ ସାମାଜିକ କର୍ମୀ ଡ. ନବିନ ଚନ୍ଦ୍ର ଗୋରଡା

mahabharatanews