ଓଡିଶାପାଣିପାଗ

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୨୯ରୁ ପ୍ରବଳ କାଚିବ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗିରହିବ । ୨୯ ତାରିଖ ଯାଏଁ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତକାଲି ଠାରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଆସନ୍ତାକାଲି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ବିଭାଗ । ସେହିପରି ୨୭ ତାରିଖରେ ସମ୍ବଲପୁର ସହ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ।
୨୬ରୁ ୨୮ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୩ ଦିନ ଉପକୂଳ, ଦକ୍ଷିଣ ଆଭ୍ୟନ୍ତରୀଣ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ୩୦ରୁ ୪ କିମି ବେଗରେ ପବନ ବହିପାରେ । ସେପଟେ ସାରା ରାଜ୍ୟକୁ ମୌସୁମୀ ଛୁଇଁଛି ।

Related posts

ଉଚ୍ଚଶିକ୍ଷା କ୍ଷେତ୍ରରେ ଓଡ଼ିଶା ବିଶ୍ବବିଦ୍ୟାଳୟ ସଂଶୋଧନ ବିଧେୟ

mahabharatanews

“ରାକ୍ଷୀ ଫୁଲ” ରେ ଅନେକ ଔଷଧୀୟ ଗୁଣ ରହିଛି

mahabharatanews

ଅଚ୍ୟୁତ ସାମନ୍ତ: ସାରା ରାଜ୍ୟ ଯାହାଙ୍କ କର୍ମକ୍ଷେତ୍ର

mahabharatanews