ଓଡିଶା

ବାହାନଗା ରେଳ ଦୁର୍ଘଟଣା : ୫ ଦିନିଆ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ 

(ବାଲେଶ୍ଵର) : ବାହାନଗା ରେଳ ଦୁର୍ଘଟଣାକୁ ମାସେ ଏକ ସପ୍ତାହ ପୁରିଥିଲେ ମଧ୍ୟ ସେ ରାତିର କରାଳ କାଳ ଦୃଶ୍ୟ ଏପର୍ଯ୍ୟନ୍ତ ରାଜ୍ୟବାସୀଙ୍କ ମନରୁ ଲିଭିନି । ଏହାରି ମଧ୍ୟରେ ୩ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ଏବେ ୫ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଇଛି ସ୍ୱତନ୍ତ୍ର ସିବିଆଇ କୋର୍ଟ ।

ସୂଚନାନୁଯାୟୀ , ଅଭିଯୁକ୍ତଙ୍କୁ ପ୍ରଥମେ ଗିରଫ କରି ମେଡିକାଲ ଚେକ୍ ଅପ୍ କରାଯାଇଥିଲା । କଡ଼ା ସୁରକ୍ଷାରେ ଭୁବନେଶ୍ୱର ସିବିଆଇ ଅଫିସରୁ ୩ ଅଭିଯୁକ୍ତଙ୍କୁ କ୍ୟାପିଟାଲ ହସପିଟାଲ ଅଣାଯାଇଥିଲା । ଗିରଫ ହୋଇଥିବା ତିନି ଅଭିଯୁକ୍ତ ହେଲେ ସିନିୟର ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହନ୍ତ, ସେକ୍ସନ ଇଞ୍ଜିନିୟର ଅମିର ଖାଁ, ଟେକନିସିଆନ ପପୁ କୁମାର । ସିଆରପିସିର ଧାରା ୩୦୪ ଅର୍ଥାତ ହତ୍ୟାକାଣ୍ଡ ପାଇଁ ଦାୟୀ ଓ ଧାରା ୨୦୧ ଅର୍ଥାତ ଅପରାଧିକ ପ୍ରମାଣ ନଷ୍ଟ କରିବା ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରିଛି ସିବିଆଇ।

ସୂଚନାଥାଉ କି, ଗତ ଜୁନ୍ ମାସ ୨ ତାରିଖରେ ବାଲେଶ୍ୱର ବାହାନଗାରେ ଏହି ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଥିଲା । କରମଣ୍ଡଳ ଏକ୍ସପ୍ରେସ୍‌ ମାଲଗାଡ଼ି ଉପରେ ଚଢ଼ି ଯାଇଥିଲା । ଠିକ୍‌ ସେହି ସମୟରେ ଆସୁଥିବା ବାଙ୍ଗାଲୁରୁ-ହାୱାଡ଼ା ୟେଶବନ୍ତପୁର ଏକ୍ସପ୍ରେସ୍‌ର ଉପରେ ପଡ଼ିଥିଲା କରମଣ୍ଡଳ ଏକ୍ସପ୍ରେସ୍‌ । ଏହି ଭୟଙ୍କର ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଥିଲେ । ୨୮୮ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ବାକି ୫ ଜଣଙ୍କ କଟକ ବଡ଼ ଡାକ୍ତରଖାନାରେ ପ୍ରାଣ ହରାଇଥିଲେ

l

Related posts

୧୬ରେ ସୃଷ୍ଟି ହେବ  ଏକ ଘୂର୍ଣ୍ଣିବଳୟ

mahabharatanews

ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ବିଷ୍ଣୁ ଦାସଙ୍କ ୩ୟ ଶ୍ରାଦ୍ଧବାର୍ଷିକୀ ପାଳନ ସହ ପ୍ରତିମୂର୍ତ୍ତି ଉନ୍ମୋଚନ

mahabharatanews

ନାଳରେ ଭାସି ଶିଶୁ ମୃତ୍ୟୁ

mahabharatanews