ଓଡିଶା

ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ କଟକ ଆଠଗଡ଼ ବିଡିଓ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଡ଼ିଓ ପ୍ରଦୀପ କୁମାର ସାହୁଙ୍କ ୮ଟି ଠିକଣାରେ ରେଡ୍‌ କରିଛି ଭିଜିଲାନ୍ସ। ବିଡ଼ିଓ ପ୍ରଦୀପ କୁମାର ସାହୁଙ୍କ ଭୁବନେଶ୍ୱର, ଖୋର୍ଦ୍ଧା,ନୟାଗଡ଼, ଆଠଗଡ଼ ରେ ଏକକାଳୀନ ୮ ଟି ସ୍ଥାନରେ ଚଢ଼ାଉ କରାଯାଉଛି । ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଭୁବନେଶ୍ୱର ଗୌତମ ନଗରରେ ଥିବା ଶ୍ରୀ ଏନ୍‌କ୍ଲେଭ୍‌ ଆପାର୍ଟମେଣ୍ଟର ଦ୍ୱିତୀୟ ମହଲାରେ ଥିବା ଘର, ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ଥିବା ୩ ମହଲା କୋଠା ଓ ଅନ୍ୟ ଏକ କୋଠା, ରାଜସୁନାଖଳାରେ ଥିବା ପୈତୃକ ଘର, ଖୋର୍ଦ୍ଧା ପିଚୁକୁଳିରେ ଥିବା ସମ୍ପର୍କୀୟଙ୍କ ଘର, ଆଠଗଡ଼ ରେ ଥିବା ଅଫିସ, କ୍ବାର୍ଟର ଆଦି ସ୍ଥାନରେ ରେଡ଼ ଚାଲିଛି । ୬ ଜଣ ଡ଼ିଏସପିଙ୍କ ନେତୃତ୍ବରେ ୬ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଓ ଅନ୍ୟ ଷ୍ଟାଫ ଚଢ଼ାଉ ଜାରି ରଖିଛନ୍ତି ।

Related posts

 ୩୧ ଯାଏଁ ସ୍ଥଗିତ ରହିଲା ବସ୍ ଧର୍ମଘଟ

mahabharatanews

କାର୍ ଧକ୍କାରେ ଚାଲିଗଲା ଯବାନଙ୍କ ଜୀବନ, ଅଭିଯୁକ୍ତ କାର ଡ୍ରାଇଭରକୁ ଗିରଫ କଲା ପୋଲିସ

mahabharatanews

ଡିଫେନ୍ସ ସିକ୍ୟୁରିଟି କର୍ପ୍ସ ତରଫରୁ ଗରିବଲୋକଙ୍କୁ ରାସନ ସାମଗ୍ରୀ ବଣ୍ଟନ

mahabharatanews